Biblia Todo Logo
Bib sou entènèt

- Piblisite -




ମାର୍କ 13:11 - ପବିତ୍ର ବାଇବଲ

11 ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ, କିନ୍ତୁ ସେହି ଦଣ୍ତରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କ'ଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତୁମ୍ଭେମାନେ ଗିରଫ ହୋଇ ଅଦାଲତକୁ ନିଆ ହେବାବେଳେ, ସେଠାରେ କ’ଣ କରିବାକୁ ହେବ, ଏ ବିଷୟରେ ବ୍ୟସ୍ତ ହୁଅ ନାହିଁ। ଉଚିତ୍ ସମୟରେ କଅଣ କହିବାକୁ ହେବ, ତାହା ତୁମକୁ ଜଣାଇ ଦିଆଯିବ। ସେତେବେଳେ ତୁମକୁ ନିଜ ମନରୁ କିଛି କହିବାକୁ ପଡ଼ିବ ନାହିଁ। ତୁମେ ଯାହା କହିବ, ତାହା ପବିତ୍ର ଆତ୍ମା ଜଣାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।

Gade chapit la Kopi




ମାର୍କ 13:11
25 Referans Kwoze  

କିନ୍ତୁ ସେମାନେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖରେ ଯୁକ୍ତି ବାଢ଼ି ପାରିଲେ ନାହିଁ।


ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।


ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ୟର କଳ୍ପିତ ଜ୍ଞାନର ବାକ୍ୟ କହୁ ନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ୱାରା ଶିଖିଥିବା ବାକ୍ୟ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ରଆତ୍ମାଙ୍କ ବାକ୍ୟ ବ୍ୟବହାର କରୁ।


କିନ୍ତୁ ତୁମ୍ଭ ଭିତରୁ ଯଦି କେହି ଜ୍ଞାନର ଆବଶ୍ୟକ କରେ, ତା'ହେଲେ ତୁମ୍ଭେ ଏହା ପରମେଶ୍ୱରଙ୍କୁ ମାଗିବା ଉଚିତ୍। ପରମେଶ୍ୱର ଅତ୍ୟନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦେବାରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ୱର ତୁମ୍ଭକୁ ଜ୍ଞାନ ଦେବେ।


ପୂର୍ବବର୍ତ୍ତୀ ସମୟର ଲୋକମାନଙ୍କୁ ଏହି ଗୁପ୍ତ ସତ୍ୟ ବିଷୟରେ କୁହାଯାଇ ନ ଥିଲା। କିନ୍ତୁ ପରମେଶ୍ୱର ଏବେ ନିଜର ପବିତ୍ର ପ୍ରେରିତ ଓ ଭବିଷ୍ୟ‌ଦ୍‌‌‌‌ବକ୍ତାମାନଙ୍କ ନିକଟରେ ପବିତ୍ରଆତ୍ମାଙ୍କ ମାଧ୍ୟମରେ ସେହି ଗୁପ୍ତ ସତ୍ୟଟି ପ୍ରକାଶ କରିଛନ୍ତି।


ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।


ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।


ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି।


ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।


ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।


ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ।


“ତୁମ୍ଭେମାନେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଗ୍ଭରାଳୟରେ ସମର୍ପି ଦେବେ। ସେମାନେ ତୁମ୍ଭମାନଙ୍କୁ ସେମାନଙ୍କର ସମାଜଗୃହଗୁଡ଼ିକରେ ପିଟିବେ। ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗରେ ଠିଆ ହେବାକୁ ବାଧ୍ୟ କରାଯିବ। ତୁମ୍ଭେମାନେ ମୋ’ ବିଷୟରେ ପ୍ରମାଣ ଦେବ।


କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ।


କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ।


ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।


“ଭାଇ, ଭାଇକୁ ମରଣ ମୁଖକୁ ଠେଲି ଦେବ। ବାପା ତା’ ସନ୍ତାନକୁ ମରିବା ପାଇଁ ଦେଇ ଦେବ। ପିଲାମାନେ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ସେମାନଙ୍କୁ ମାରି ଦେବେ।


“କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ।


Swiv nou:

Piblisite


Piblisite