Biblia Todo Logo
Bib sou entènèt

- Piblisite -




ମାର୍କ 14:1 - ପବିତ୍ର ବାଇବଲ

1 ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା'ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୋଟୀର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ତାହାଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା । ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀ ପର୍ବର ଦୁଇଦିନ ଆଗରୁ ଯୀଶୁଙ୍କୁ ଗୋପନରେ ନେଇ ହତ୍ୟା କରିବା ପାଇଁ ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଉପାୟ ଖୋଜିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।

Gade chapit la Kopi




ମାର୍କ 14:1
23 Referans Kwoze  

ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବ ସମୟ ପ୍ରାୟ ହୋଇଯାଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡ଼ିଯିବାର ସମୟ ଉପସ୍ଥିତ ହୋଇଗଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫେରିଯିବେ। ସେ ସବୁବେଳେ ଏହି ଜଗତରେ ଥିବା ତାହାଙ୍କ ନିଜର ହୋଇଯାଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସେମାନଙ୍କ ପ୍ରତି ତାହାଙ୍କର ଗଭୀର ଓ ଚୁଡ଼ାନ୍ତ ପ୍ରେମ ଦେଖାଇଥିଲେ।


ତା'ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି।


କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।


“ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା'ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି।


ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ। ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ। ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି, ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।


ମୋର ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ୟକ୍ତିମାନେ ମୋତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସେମାନେ ମୋ’ ବିଷୟରେ ମିଥ୍ୟା କଥା କହି ଆନନ୍ଦିତ ହୁଅନ୍ତି। ସେମାନେ ସର୍ବସାଧାରଣରେ ମୋର ବିଷୟରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି। ସେଲା


ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଅଧିକ ଭଲ ପାଉଛ। ତୁମ୍ଭେ ସତ କହିବା ଅପେକ୍ଷା, ମିଥ୍ୟା କହିବାକୁ ଅଧିକ ଭଲ ପାଉଛ। ସେଲା


ଯୋଷେଫଙ୍କର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିବା ପୂର୍ବରୁ ସେମାନେ ତାକୁ ହତ୍ୟା କରିବାକୁ ଯୋଜନା କଲେ।


ଯେଉଁ ସମୟରେ ମୋଶା ଏବଂ ହାରୋଣ ମିଶରରେ ଥିଲେ, ସଦାପ୍ରଭୁ ସେମାନଙ୍କୁ କହିଲେ,


ସେମାନେ କହିଲେ, “ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା’ କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି।


ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”


ତା'ପରେ ହେରୋଦ ପିତରଙ୍କୁ ବନ୍ଦୀ କରି କାରାଗାରରେ ରଖିଲେ। ତାହାଙ୍କୁ ଜଗିବା ପାଇଁ ଷୋହଳ ଜଣ ପ୍ରହରୀ ରହିଲେ। ହେରୋଦଙ୍କ ଉଦ୍ଦେଶ୍ୟ ଥିଲା ନିସ୍ତାରପର୍ବ ପରେ ସେ ପିତରଙ୍କୁ ଲୋକମାନଙ୍କ ସାମନାକୁ ଆଣିବେ।


ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତା'ଉପରେ ତୈଳ ଢାଳିବ, ତାହା ହିଁ ଶସ୍ୟ ନୈବେଦ୍ୟ ହେବ।


Swiv nou:

Piblisite


Piblisite