Biblia Todo Logo
Bib sou entènèt

- Piblisite -




ମାର୍କ 14:12 - ପବିତ୍ର ବାଇବଲ

12 ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପରେ ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

Gade chapit la Kopi

ଓଡିଆ ବାଇବେଲ

12 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ‘ଖମୀରଶୂନ୍ୟ ରୋଟୀ’ ପର୍ବର ପ୍ରଥମ ଦିବସରେ ଯେତେବେଳେ ‘ନିସ୍ତାର’ ପର୍ବର ଭୋଜନ ନିମନ୍ତେ ମେଣ୍ଢାଛୁଆ ବଳି ଦିଆଯାଏ, ଶିଷ୍ୟମାନେ ଯୀଶୁଙ୍କୁ ପଚାରିଲେ, “ଆମେ କେଉଁଠାରେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?

Gade chapit la Kopi




ମାର୍କ 14:12
16 Referans Kwoze  

ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।


ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ।


“ସେହି ରାତ୍ରିରେ, ତୁମ୍ଭେ ତା'ର ମାଂସକୁ ଅଗ୍ନିରେ ଦ‌ଗ୍‌ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ।


କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ।


ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ।


ଉତ୍ତରରେ ଯୀଶୁ ତାହାଙ୍କୁ କହିଲେ, “ବର୍ତ୍ତମାନ ପାଇଁ ଏହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ୍, ଯାହା ଉତ୍ତମ ଅଟେ।” ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦେବା ପାଇଁ ରାଜି ହେଲେ।


“ସଦାପ୍ରଭୁ ତୁମ୍ଭକୁ ଯେଉଁ ନଗର ଦେବେ ତହିଁର କୌଣସି ନଗର ମଧ୍ୟରେ ତୁମ୍ଭେମାନେ ନିସ୍ତାରପର୍ବୀୟ ବଳି ଉତ୍ସର୍ଗ କରିବା ଉଚିତ୍ ନୁହେଁ।


ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା'ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ।


ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।


ତା'ପରେ ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ନଗରକୁ ପଠାଇଲେ। ଯୀଶୁ ସେମାନଙ୍କୁ କହିଲେ, “ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନେଇ ଯାଉଥିବାର ଦେଖିବ। ସେହି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା'ର ପଛେ ପଛେ ଯିବ।


Swiv nou:

Piblisite


Piblisite