Biblia Todo Logo
Bib sou entènèt

- Piblisite -




ମାର୍କ 16:13 - ପବିତ୍ର ବାଇବଲ

13 ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ଵାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ଵାସ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେମାନେ ଫେରିଆସି ଅନ୍ୟମାନଙ୍କୁ ଏକଥା କହିଲେ, କିନ୍ତୁ ସେମାନଙ୍କ କଥାକୁ କେହି ବିଶ୍ୱାସ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।

Gade chapit la Kopi




ମାର୍କ 16:13
9 Referans Kwoze  

ଅନ୍ୟ ଶିଷ୍ୟମାନେ ଥୋମାଙ୍କୁ କହିଲେ, “ଆମ୍ଭେ ପ୍ରଭୁଙ୍କୁ ଦେଖିଲୁ।” ଥୋମା କହିଲେ, “ମୁଁ ତାହାଙ୍କ ହାତରେ କଣ୍ଟାଦାଗ ନ ଦେଖିଲା ପର୍ଯ୍ୟନ୍ତ ବିଶ୍ୱାସ କରିବି ନାହିଁ। ମୁଁ ମୋର ଆଙ୍ଗୁଠି ସେହି କଣ୍ଟାର ଦାଗରେ ନରଖିବା ଓ ତାହାଙ୍କ କକ୍ଷଦେଶରେ ମୋର ହାତ ନ ଦେବା ପର୍ଯ୍ୟନ୍ତ, ମୁଁ ବିଶ୍ୱାସ କରିବି ନାହିଁ।”


ଏହା ପରେ ଅନ୍ୟଶିଷ୍ୟ ଜଣକ ମଧ୍ୟ ଭିତରକୁ ଗଲେ, ସେହି ଶିଷ୍ୟ ଜଣକ କବର ପାଖରେ ଆଗ ପହଞ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ୱାସ କଲେ।


“କିନ୍ତୁ ଅବ୍ରହାମ ତାହାକୁ କହିଲେ, ‘ନା, ଯଦି ତୁମ୍ଭ ଭାଇମାନେ ମୋଶା ଓ ଭବିଷ୍ୟ‌ଦ୍‌ବକ୍ତାଙ୍କ କଥା ଶୁଣିବେ ନାହିଁ, ତେବେ ସେମାନେ ମୃତ୍ୟୁରୁ ଫେରି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ୟ ଶୁଣିବେ ନାହିଁ।’”


ପାହାଡ଼ ଉପରେ ସେମାନେ ଯୀଶୁଙ୍କୁ ଦେଖିଲେ। ସେମାନେ ତାହାଙ୍କୁ ପ୍ରଣାମ କଲେ। କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ବିଶ୍ୱାସ କରିପାରିଲେ ନାହିଁ ଯେ, ଏ ହେଉଛନ୍ତି ପ୍ରକୃତରେ ଯୀଶୁ।


ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।


ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।


କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା।


ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?”


Swiv nou:

Piblisite


Piblisite