Biblia Todo Logo
Bib sou entènèt

- Piblisite -




ମାର୍କ 2:13 - ପବିତ୍ର ବାଇବଲ

13 ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା'ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ, ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯୀଶୁ ପୁଣି ଥରେ ହ୍ରଦ କୂଳକୁ ଗଲେ। ସେଠାରେ ଜନସମାଗମ ହେବାରୁ ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।

Gade chapit la Kopi




ମାର୍କ 2:13
11 Referans Kwoze  

ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ।


ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡ଼ୁଥିଲେ।


କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।


ଅନେକ ଲୋକ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଜମା ହୋଇଗଲେ। ଘରଟି ପୁରିଗଲା। ଘରେ କି ବାହାରେ କେଉଁଠି ହେଲେ ଠିଆ ହେବାକୁ ଜାଗା ନ ଥିଲା। ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ।


ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।


ସେହି ଦିନ ଯୀଶୁ ସେହି ଘରୁ ବାହାରି ଗ୍ଭଲିଗଲେ ଓ ହ୍ରଦ କୂଳରେ ଯାଇ ବସିଲେ।


ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।


ତା'ପରେ ଯୀଶୁ ସେ ସ୍ଥାନ ଛାଡ଼ିଦେଲେ। ସେ ଯିହୂଦା ଅଞ୍ଚଳ ଓ ଯର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖରେ ଜମା ହୋଇଗଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।


Swiv nou:

Piblisite


Piblisite