Biblia Todo Logo
Bib sou entènèt

- Piblisite -




ମାର୍କ 2:16 - ପବିତ୍ର ବାଇବଲ

16 ଯୀଶୁଙ୍କୁ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକଙ୍କ ସହିତ ବସି ଖାଉଥିବାର ଦେଖି, ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ, ଯୀଶୁଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯୀଶୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତିଣ!

Gade chapit la Kopi

ଓଡିଆ ବାଇବେଲ

16 ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଏହା ଦେଖି ଫାରୁଶୀ ଦଳର କେତେକ ଶାସ୍ତ୍ରୀ ଯୀଶୁଙ୍କ ଶିଷ୍ୟମାନଙ୍କୁ ପଚାରିଲେ, “ଏପରି ଲୋକମାନଙ୍କ ସହିତ ସେ କାହିଁକି ଭୋଜନ କରୁଛନ୍ତି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!

Gade chapit la Kopi




ମାର୍କ 2:16
14 Referans Kwoze  

ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।


ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି।


କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ।


ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତେଜଣ ବ୍ୟବସ୍ଥା ଶିକ୍ଷକ ଠିଆ ହୋଇ ପାଉଲଙ୍କ ସପକ୍ଷରେ ଯୁକ୍ତି କଲେ। ସେମାନେ କହିଲେ, “ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉ ନାହୁଁ। ହୁଏତ କୌଣସି ଆତ୍ମା କି ସ୍ୱର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହୋଇଥିଲେ।”


ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”


“ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।”


ଯୀଶୁଙ୍କ ବିଷୟରେ ଭାବି ଦେଖ। ଯେତେବେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧରେ କିଛି କରୁଥିଲେ, ସେ ଅତି ଧୈର୍ଯ୍ୟର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭେମାନେ ମଧ୍ୟ ସେହିଭଳି ଧୈର୍ଯ୍ୟବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।


“ଏ’ ଲୋକଟି ଏଭଳି କଥାବାର୍ତ୍ତା କାହିଁକି କରୁଛି? ସେ ପରମେଶ୍ୱରଙ୍କ ବିରୁଦ୍ଧରେ ନିନ୍ଦା କରୁଅଛି। ପରମେଶ୍ୱରଙ୍କ ବ୍ୟତୀତ ପାପ ଗୁଡ଼ିକୁ ଅନ୍ୟ କିଏ କ୍ଷମା କରି ପାରିବ?”


ଯଦି ସେ ଲୋକ ସେମାନଙ୍କ କଥା ମଧ୍ୟ ଶୁଣିବାକୁ ମନା କରିଦିଏ, ତେବେ ମଣ୍ଡଳୀକୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନ ଶୁଣେ, ତେବେ ପରମେଶ୍ୱରଙ୍କୁ ବିଶ୍ୱାସ କରୁ ନ ଥିବା ଲୋକ କିମ୍ବା ଜଣେ କରଆଦାୟକାରୀକୁ ଯେଭଳି ବ୍ୟବହାର କରାଯାଏ, ତାହାକୁ ସେହିଭଳି ବ୍ୟବହାର କର।


ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”


ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀମାନେ ମଧ୍ୟ ଏହା କରନ୍ତି।


ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ।


ତେଣୁ ଫାରୂଶୀ ଓ ଯିହୂଦୀଶାସ୍ତ୍ରୀମାନେ ଯୀଶୁଙ୍କ ଶିଷ୍ୟମାନଙ୍କ ଆଗରେ ଅଭିଯୋଗ କଲେ, “ତୁମ୍ଭେମାନେ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଏକାଠି ଖିଆପିଆ କରୁଛ?”


Swiv nou:

Piblisite


Piblisite