Biblia Todo Logo
Bib sou entènèt

- Piblisite -




ମାର୍କ 3:11 - ପବିତ୍ର ବାଇବଲ

11 କେତେକ ଲୋକଙ୍କ ଦେହରେ ଦୁଷ୍ଟାତ୍ମାମାନେ ପ୍ରବେଶ କରିଥିଲେ। ଯେତେବେଳେ ସେହି ଦୁଷ୍ଟାତ୍ମାମାନେ ଯୀଶୁଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ଆଗରେ ପଡ଼ିଯାଇ ଚିତ୍କାର କରି କହୁଥିଲେ, “ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ଵରଙ୍କ ପୁତ୍ର।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ପୁଣି ଭୂତଗ୍ରସ୍ତ ଲୋକମାନେ ତାଙ୍କୁ ଦେଖିବା ମାତ୍ରେ ତାଙ୍କ ସମ୍ମୁଖରେ ତଳେ ପଡ଼ିଯାଇ ଚିକ୍ରାର କରି କହୁଥିଲେ, “ଆପଣ ହିଁ ଈଶ୍ୱରଙ୍କ ପୁତ୍ର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।

Gade chapit la Kopi




ମାର୍କ 3:11
14 Referans Kwoze  

ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ।


ଭୂତ ଅନେକ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା’ ହାତରେ ହାତକଡ଼ି ଓ ଗୋଡ଼ରେ ବେଡ଼ି ପକାଇ ପହରା ଭିତରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା’ ଦେହରେ ଥିବା ଭୂତ ତାହାକୁ ଲୋକେ ରହୁ ନ ଥିବା ନିଛାଟିଆ ଜାଗାକୁ ତଡ଼ି ନେଉଥିଲା। ଯୀଶୁ ଭୂତକୁ ସେହି ଲୋକଟି ଦେହରୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗରେ ପଡ଼ିଯାଇ ଉଚ୍ଚ ସ୍ୱରରେ ପାଟି କରି କହିଲା, “ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମୋ'ଠାରୁ କ’ଣ ଗ୍ଭହୁଁଛ? ମୁଁ ଅନୁରୋଧ କରୁଛି, ମୋତେ ଦଣ୍ଡ ଦିଅ ନାହିଁ।”


ତୁମ୍ଭେ ବିଶ୍ୱାସ କର ଯେ, କେବଳ ଜଣେ ପରମେଶ୍ୱର ଅଛନ୍ତି; ଭଲ କଥା କିନ୍ତୁ ଭୂତମାନେ ମଧ୍ୟ ଏହା ବିଶ୍ୱାସ କରନ୍ତି ଓ ଭୟରେ ଥରହର ହୁଅନ୍ତି।


ସେମାନଙ୍କ ନିମନ୍ତେ କେହି ସେହି ବାଟେ ଯାଇପାରୁ ନ ଥିଲେ। ସେମାନେ ପାଟିକରି କହିଲେ, “ହେ ପରମେଶ୍ୱରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ଉପଯୁକ୍ତ ସମୟ ପୂର୍ବରୁ ତୁମ୍ଭେ କ’ଣ ଆମ୍ଭକୁ ଦଣ୍ଡ ଦେବା ପାଇଁ ଆସିଛ?”


ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।”


ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋ‌ର୍‌‌ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।”


ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, “ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦେହରୁ ତଡ଼ିଦେବାକୁ ଗ୍ଭହୁଁଛ, ତେବେ ଆମ୍ଭକୁ ଏ ଘୁଷୁରି ପଲରେ ଛାଡ଼ିଦିଅ।”


ଶୟତାନ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଶାସ୍ତ୍ରରେ ଲେଖାଅଛି: ‘ପରମେଶ୍ୱର ତୁମ୍ଭର ଯତ୍ନ ନେବା ପାଇଁ ନିଜ ସ୍ୱର୍ଗଦୂତଙ୍କୁ ଆଦେଶ ଦେବେ। ସେମାନେ ତୁମ୍ଭକୁ ତାହାଙ୍କ ହାତରେ ଧରିପକାଇବେ। ତାହାହାଲେ ପଥରରେ ତୁମ୍ଭ ପାଦ ବାଜିବ ନାହିଁ।’”


ଯେଉଁମାନେ ଡଙ୍ଗା ଉପରେ ଥିଲେ, ସେମାନେ ଯୀଶୁଙ୍କୁ ପ୍ରଣାମ କଲେ ଓ କହିଲେ, “ପ୍ରକୃତରେ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”


ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ।


ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।


Swiv nou:

Piblisite


Piblisite