Biblia Todo Logo
Bib sou entènèt

- Piblisite -




ମାର୍କ 3:7 - ପବିତ୍ର ବାଇବଲ

7 ଯୀଶୁ ନିଜ ଶିଷ୍ୟମାନଙ୍କ ସହିତ ଗାଲିଲୀ ହ୍ରଦ କୂଳକୁ ଗ୍ଭଲିଗଲେ। ତାହାଙ୍କ ପଛରେ ଗାଲିଲୀର ଅନେକ ଲୋକ ମଧ୍ୟ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା,

Gade chapit la Kopi

ଓଡିଆ ବାଇବେଲ

7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୀଶୁ ଓ ତାଙ୍କ ଶିଷ୍ୟମାନେ ଗାଲିଲୀ ହ୍ରଦ କୂଳକୁ ଗଲେ ଏବଂ ଲୋକମାନେ ବହୁସଂଖ୍ୟାରେ ତାଙ୍କର ଅନୁଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,

Gade chapit la Kopi




ମାର୍କ 3:7
20 Referans Kwoze  

ତା'ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ।


ତେଣୁ ଗାଲିଲୀ, ଦେକାପଲି, ଯିରୁଶାଲମ, ଯିହୂଦା ଓ ଯର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।


ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ।


ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”


ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ।


ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ।


ଗୋଟିଏ ନଗରରେ ସେମାନେ ତୁମ୍ଭକୁ ଯାତନା ଦେଲେ ତୁମ୍ଭେ ଅନ୍ୟ ନଗରକୁ ପଳାଅ। ମୁଁ ତୁମ୍ଭକୁ ସତ୍ୟ କହୁଛି ଇସ୍ରାଏଲର ସମସ୍ତ ନଗରୀରେ ତୁମ୍ଭର ଭ୍ରମଣ ସରିବା ପୂର୍ବରୁ ମନୁଷ୍ୟପୁତ୍ର ପୁନର୍ବାର ଆସିବେ।


ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତା'ର ତଳଭୂମି, ହମୋତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସେହି ତିନୋଟି ନଗର ଦେଲେ।


ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ।


ସେଥିପାଇଁ ଭାଇମାନେ ପାଉଲଙ୍କୁ ସମୁଦ୍ର କୂଳକୁ ପଠାଇଦେଲେ, କିନ୍ତୁ ଶୀଲା ଓ ତୀମଥି ସେଠାରେ ରହିଲେ।


ପାଉଲ ଓ ଶୀଲାଙ୍କୁ ଭାଇମାନେ ସେହି ରାତିରେ ସାଙ୍ଗେ ସାଙ୍ଗେ ବେରୟା ନଗରକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।


ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ'ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟ‌‌‌ଦ୍‌‌‌ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।”


ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।” ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ।


କିନ୍ତୁ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, ଏ କଥା କାହାରି ଆଗରେ ପ୍ରକାଶ କରିବ ନାହିଁ।


ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।


ତା'ପରେ ଯୀଶୁ ଘରକୁ ଫେରିଗଲେ। ସେଠାରେ ମଧ୍ୟ ଅନେକ ଲୋକ ଜମା ହୋଇଗଲେ। ସେଠାରେ ଏତେ ଲୋକ ଥିଲେ ଯେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଖାଇ ମଧ୍ୟ ପାରିଲେ ନାହିଁ।


ଯୀଶୁ ପୁଣି ହ୍ରଦ କୂଳରେ ଉପଦେଶ ଦେବା ଆରମ୍ଭ କଲେ। ସେଠାରେ ତାହାଙ୍କ ଗ୍ଭରିପଟେ ବହୁତ ଲୋକ ଜମା ହୋଇଗଲେ। ତେଣୁ ସେ ହ୍ରଦରେ ଥିବା ଗୋଟିଏ ଡଙ୍ଗାରେ ଯାଇ ବସିଲେ। ଅନ୍ୟ ସବୁ ଲୋକ ହ୍ରଦର କୂଳରେ ଠିଆ ହୋଇ ରହିଲେ।


Swiv nou:

Piblisite


Piblisite