Biblia Todo Logo
Bib sou entènèt

- Piblisite -




ମାର୍କ 4:12 - ପବିତ୍ର ବାଇବଲ

12 ମୁଁ ଏପରି କରେ କାରଣ: ‘ସେମାନେ ଖାଲି ଗ୍ଭହୁଁଥିବେ ସିନା କିନ୍ତୁ କିଛି ଦେଖି ପାରୁ ନ ଥିବେ। ସେମାନେ ଖାଲି ଶୁଣୁଥିବେ ସିନା କିଛି ବୁଝି ପାରୁ ନ ଥିବେ। ଯଦି ସେମାନେ ଦେଖି ପାରିବେ ଓ ବୁଝି ପାରିବେ, ତେବେ ସେମାନେ ବଦଳି ଯିବେ ଓ କ୍ଷମା ପାଇ ଯିବେ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରି ଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ‘ସେମାନେ ଚାହିଁ ରହନ୍ତି କିନ୍ତୁ କିଛି ଦେଖି ପାରନ୍ତି ନାହିଁ। ସବୁ କଥା ଶୁଣୁ ଥାଆନ୍ତି କିନ୍ତୁ କିଛି ବୁଝି ପାରନ୍ତି ନାହିଁ। ସେମାନେ ଯଦି ପ୍ରକୃତରେ ଦେଖନ୍ତେ ଓ ବୁଝନ୍ତେ, ସେମାନେ ଈଶ୍ୱରଙ୍କ ନିକଟକୁ ଫେରି ଆସନ୍ତେ ଏବଂ ଈଶ୍ୱର ସେମାନଙ୍କୁ କ୍ଷମା ଦିଅନ୍ତେ’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେପରି ‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”

Gade chapit la Kopi




ମାର୍କ 4:12
18 Referans Kwoze  

ସେହି ଲୋକମାନେ କ’ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଗ୍ଭର କରନ୍ତି ନାହିଁ। ସେମାନେ ଯେପରି ଦେଖି ନ ପାରିବେ ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଛନ୍ତି।


‘ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭେମାନେ ଚକ୍ଷୁ ଥାଉ ଥାଉ ଦେଖୁ ନାହଁ, କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭେମାନେ ଶୁଣ।


କିନ୍ତୁ ଏପରିକି ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମମାନ ବୁଝି ପାରିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ଆଜି ପର୍ଯ୍ୟନ୍ତ ଠିକ୍ ଭାବେ ବୁଝିପାରିଲ ନାହିଁ। ଯାହାସବୁ ଦେଖିଲ ଓ ଯାହାସବୁ ଶୁଣିଲ।


ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି ‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ ଦେଖି ପାରିବେନି, ଏବଂ ଶୁଣୁଥିଲେ ମଧ୍ୟ ବୁଝି ପାରିବେ ନାହିଁ।’


ଯେଉଁମାନେ ତାଙ୍କୁ ବିରୋଧ କରନ୍ତି, ସେମାନଙ୍କୁ ଭଦ୍ର ଭାବରେ ଶିଖାଇବା ଉଚିତ୍। ହୁଏତ ପରମେଶ୍ୱର ସେମାନଙ୍କ ହୃଦୟରେ ଗୋଟିଏ ପରିବର୍ତ୍ତନ ପ୍ରଦାନ କରିବେ, ଯାହାଦ୍ୱାରା ସେମାନେ ସତ୍ୟକୁ ଗ୍ରହଣ କରିବେ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ବିଦ୍ରୋହୀ ବଂଶ ମଧ୍ୟରେ ବାସ କରୁଅଛ। ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଯାହା ଆମ୍ଭେ ସେମାନଙ୍କ ପାଇଁ କରିଛୁ, ସେମାନେ ଦେଖି ପାରନ୍ତି ନାହିଁ। ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଆମ୍ଭର ଆଜ୍ଞାପ୍ରତି ସେମାନେ କର୍ଣ୍ଣପାତ କରନ୍ତି ନାହିଁ। କାରଣ ସେମାନେ ବିଦ୍ରୋହୀ ବଂଶ।


ଏଥିପାଇଁ ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ପାଖକୁ ଫେରି ଆସ, ତେବେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରିଦେବେ।


ପରମେଶ୍ୱର କୁହନ୍ତି, “ଚକ୍ଷୁଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର ସେହି ଲୋକଙ୍କୁ ବାହାର କରି ଆଣ।


ମୁଁ ତାଙ୍କ ଉପରକୁ ବିପର୍ଯ୍ୟୟ ଆଣିବାର ଯୋଜନା ଶୁଣିଲା ପରେ ଏହା ଏପରି ହୋଇପାରେ, ସେମାନେ ଭୁଲ ରାସ୍ତାରୁ ଫେରି ପାରନ୍ତି ଏବଂ ତା'ପରେ ମୁଁ ସେମାନଙ୍କୁ କ୍ଷମା କରି ଦେବି।”


ତୁମ୍ଭମାନଙ୍କର କ’ଣ ବୁଦ୍ଧି ହଜି ଯାଇଛି? ତୁମ୍ଭମାନଙ୍କର ଆଖି ଅଛି ତଥାପି ତୁମ୍ଭେମାନେ ଦେଖି ପାରୁ ନାହଁ? ତୁମ୍ଭମାନଙ୍କର କାନ ଅଛି, ତଥାପି ତୁମ୍ଭେମାନେ ଶୁଣି ପାରୁ ନାହଁ? ଆମ୍ଭ ପାଖରେ ଯେତେବେଳେ ଖାଇବାକୁ ଯଥେଷ୍ଟ ରୋଟୀ ନ ଥିଲା, ମୁଁ ସେତେବେଳେ କ’ଣ କରିଥିଲି ତୁମ୍ଭମାନଙ୍କର କ’ଣ ତାହା ମନେ ନାହିଁ?


Swiv nou:

Piblisite


Piblisite