Biblia Todo Logo
Bib sou entènèt

- Piblisite -




ମାର୍କ 4:34 - ପବିତ୍ର ବାଇବଲ

34 ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ ଦୃଷ୍ଟାନ୍ତ ବିନା ଯୀଶୁ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ଯୀଶୁ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।

Gade chapit la Kopi

ଓଡିଆ ବାଇବେଲ

34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇଦେଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଦୃଷ୍ଟାନ୍ତ ବ୍ୟତୀତ ସେ ସେମାନଙ୍କୁ ଉପଦେଶ ଦେଉ ନ ଥିଲେ। କିନ୍ତୁ କେବଳ ଶିଷ୍ୟମାନଙ୍କ ସହିତ ଥିବାବେଳେ ସେ ସେମାନଙ୍କୁ ସବୁ କଥା ବ୍ୟାଖ୍ୟା କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।

Gade chapit la Kopi




ମାର୍କ 4:34
12 Referans Kwoze  

“ମୁଁ ତୁମ୍ଭକୁ ସାଙ୍କେତିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତେବେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟରେ ସରଳ ଭାଷାରେ କହିବି।


ପରେ ଯେତେବେଳେ ଯୀଶୁ ଏକୁଟିଆ ଥିଲେ, ସେତେବେଳେ ତାହାଙ୍କର ବାରଜଣ ଯାକ ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧରେ ପଗ୍ଭରିଲେ।


ତା'ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।


ଯୀଶୁ ସବୁକିଛି କାହାଣୀ ମାଧ୍ୟମରେ କହୁଥିଲେ। ବାସ୍ତବରେ ସେ ସେମାନଙ୍କୁ କାହାଣୀ ମାଧ୍ୟମ ଛଡ଼ା କିଛି କହୁ ନ ଥିଲେ।


ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ।


ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝି ପାରିଲେ ନାହିଁ।


ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।


Swiv nou:

Piblisite


Piblisite