Biblia Todo Logo
Bib sou entènèt

- Piblisite -




ମାର୍କ 4:41 - ପବିତ୍ର ବାଇବଲ

41 ସେମାନେ କିନ୍ତୁ ବହୁତ ଡରି ଯାଇଥିଲେ। ସେମାନେ ନିଜ ଭିତରେ ପଚରା ଉଚରା ହେଲେ, “ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ୟ ତାହାଙ୍କୁ ମାନୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେଥିରେ ସେମାନେ ଅତ୍ୟ; ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?

Gade chapit la Kopi

ଓଡିଆ ବାଇବେଲ

41 ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 କିନ୍ତୁ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ ପଚାରିଲେ, “ଏହି ବ୍ୟକ୍ତି କିଏ? ପାଣି ଓ ପବନ ମଧ୍ୟ ତାଙ୍କ କଥା ମାନନ୍ତି!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?

Gade chapit la Kopi




ମାର୍କ 4:41
17 Referans Kwoze  

ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କର ବିଶ୍ୱାସ କେଉଁଆଡ଼େ ଗଲା?” କିନ୍ତୁ ସେମାନେ ଡରିଯାଇଥିଲେ ଓ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ କଥାବାର୍ତ୍ତା ହେଲେ, “ଏ ତେବେ କିଏ? ସେ ପବନ ଓ ପାଣିକୁ ମଧ୍ୟ ଆଜ୍ଞା ଦେଉଛନ୍ତି ଓ ସେମାନେ ତାହାଙ୍କ କଥା ମାନୁଛନ୍ତି!”


ମୁଁ ସମୁଦ୍ରକୁ କହିଲି, ‘ତୁମ୍ଭେ ଏତିକି ବାଟ ପର୍ଯ୍ୟନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନରେ ତୁମ୍ଭେ ଗର୍ବି ଢେଉ ଆସି ବନ୍ଦ ହେବ।’


ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ କି ପ୍ରକାର ବ୍ୟକ୍ତି? ଏପରିକି ପବନ ଓ ହ୍ରଦ ମଧ୍ୟ ତାହାଙ୍କ କଥା ମାନୁଛନ୍ତି!”


ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।


କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କ ସେବା କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ଼ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କେବଳ ତୁମ୍ଭେ ହିଁ ପବିତ୍ର; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ୟାୟବନ୍ତ ଏହା ଜଗତେ ବିଦିତ।”


ସେହି ସ୍ତ୍ରୀ ଲୋକଟି ଜାଣିଥିଲା ଯେ ସେ ଭଲ ହୋଇଯାଇଛି, ତେଣୁ ସେ ଆଗକୁ ଆସି ଯୀଶୁଙ୍କ ପାଦ ତଳେ ପଡ଼ିଗଲା। ସେ ଭୟରେ ଥରୁଥିଲା। ସେ ଯୀଶୁଙ୍କୁ ସବୁ କଥା କହିଲା।


ଅତଏବ, ଆମ୍ଭେ ଧନ୍ୟବାଦ ଦେବା କଥା ଯେ, ଯେଉଁ ସାମ୍ରାଜ୍ୟ ଆମ୍ଭକୁ ଦିଆଯାଇଛି, ତାହା ଟଳମଳ ହୋଇ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ୟବାଦ ଅର୍ପଣ କରିବା ଉଚିତ୍, ଓ ଏପରି ପଦ୍ଧତିରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ୱରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।


ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କୁହାକୁହି ହେଲେ, “ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।”


ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିଯିବା ପରେ ପବନ ବନ୍ଦ ହୋଇଗଲା।


“ଆମ୍ଭେ ଲେବୀ ସହିତ ଚୁକ୍ତି କରିଥିଲୁ ତାକୁ ଜୀବନ ଓ ଶାନ୍ତି ଦେବା ପାଇଁ ଏବଂ ଆମ୍ଭେ ଆପଣା ଶପଥ ରଖିଥିଲୁ। ସେ ଆମ୍ଭକୁ ସମ୍ମାନ ଓ ଭୟ କରୁଥିଲା ଏବଂ ଆମ୍ଭ ନାମକୁ ଭକ୍ତି କରୁଥିଲା।


ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।”


ତା'ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଭୟ କରୁଛ? ଏ ପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ହୋଇ ନାହିଁ?”


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱର ଗରାଶୀୟମାନଙ୍କ ଦେଶରେ ପହଞ୍ଚିଲେ।


Swiv nou:

Piblisite


Piblisite