Biblia Todo Logo
Bib sou entènèt

- Piblisite -




ମାର୍କ 6:21 - ପବିତ୍ର ବାଇବଲ

21 କିଛି ଦିନ ପରେ ହେରୋଦଙ୍କ ଜନ୍ମ ଦିନରେ ଯୋହନଙ୍କ ମୃତ୍ୟୁ ଘଟାଇବା ପାଇଁ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସେନାପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ହେରୋଦ ରାତ୍ରି ସମୟରେ ଭୋଜି ଦେଉଥା’ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମଦିନରେ ପାତ୍ର ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;

Gade chapit la Kopi

ଓଡିଆ ବାଇବେଲ

21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା । ହେରୋଦ ଆପଣା ଜନ୍ମ ଦିନରେ ପାତ୍ରମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଥରେ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ହେରୋଦଙ୍କ ଜନ୍ମଦିନ ଉପଲକ୍ଷେ ଆୟୋଜିତ ଭୋଜିକୁ ମୁଖ୍ୟ ରାଜକର୍ମଚାରୀ, ସେନାଧ୍ୟକ୍ଷ ଓ ଗାଲିଲୀର ନେତୃସ୍ଥାନୀୟ ବ୍ୟକ୍ତିମାନେ ନିମନ୍ତ୍ରିତ ହୋଇ ଆସିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;

Gade chapit la Kopi




ମାର୍କ 6:21
15 Referans Kwoze  

ଏହା ପରେ ରାଜା ଓ ଆପଣା ସମସ୍ତ ଅଧିପତି ଓ ଦାସମାନଙ୍କ ପାଇଁ ଏଷ୍ଟର ଭୋଜି ବୋଲି ମହା ଭୋଜି ପ୍ରସ୍ତୁତ କଲା ଓ ସବୁ ପ୍ରଦେଶରେ ଛୁଟି କଲା ଓ ରାଜାର ବଦାନ୍ୟତାନୁସାରେ ଦାନ କଲା।


ଏହା ପରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।


ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।


ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।


ତିବିରିଅ କାଇସରଙ୍କ ରାଜତ୍ୱର ପନ୍ଦରତମ ବର୍ଷ ସମୟର କଥା। ଯିହୂଦା ପ୍ରଦେଶର ଶାସକ ପନ୍ତିୟ ପୀଲାତ, ଗାଲିଲୀର ଶାସକ ହେରୋଦ, ଇତୂରିୟା ଓ ତ୍ରାଖୋନୀତି ପ୍ରଦେଶର ଶାସକ ହେରୋଦର ଭାଇ ଫିଲି‌ପ୍‌ପ ଓ ଅବିଲୀନୀର ଶାସକ ଲୂସାନିୟା, ଏ ସମସ୍ତେ କାଇସରଙ୍କ ଅଧୀନରେ ଥିଲେ।


ଆମ୍ଭ ରାଜାଙ୍କ ରାଜତ୍ୱକାଳରେ ସେମାନେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି। ସେମାନେ ଭୋଜିରେ ପାନୀୟ ଦିଅନ୍ତି। ଦ୍ରାକ୍ଷାରସର ଉତ୍ତାପରେ ନେତୃମଣ୍ତଳୀ ଅସୁସ୍ଥ ହୋଇପଡ଼ନ୍ତି। ତେଣୁ ରାଜା ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି।


ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ।


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ସେ ସ୍ଥିର କଲେ, “ମୁଁ ଅପେକ୍ଷା କରିବି ମୋର ପିତାଙ୍କର ଶୋକର ସମୟ ବିତିବା ଯାଏ। ଏହା ପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ତହିଁ ଆରଦିନ ଆଗ୍ରି‌‌ପ୍‌‌ପା ଓ ବର୍ଣ୍ଣୀକୀ ମହାଆଡ଼ମ୍ବରେ ଉଚ୍ଚପଦସ୍ଥ ସାମରିକ କର୍ମଗ୍ଭରି ତଥା ନଗରର ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଗ୍ଭରାଳୟରେ ପ୍ରବେଶ କଲେ। ଫେଷ୍ଟଙ୍କ ଆଦେଶ ଅନୁଯାୟୀ ପାଉଲଙ୍କୁ ସେଠାକୁ ଅଣାଗଲା।


Swiv nou:

Piblisite


Piblisite