Biblia Todo Logo
Bib sou entènèt

- Piblisite -




ମାର୍କ 7:13 - ପବିତ୍ର ବାଇବଲ

13 ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ତୁମ୍ଭେମାନେ ସ୍ଵପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

13 ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଏହିପରି ଭାବରେ ଅନ୍ୟକୁ ଦେଉଥିବା ତୁମର ଶିକ୍ଷା ଈଶ୍ୱରଙ୍କ ଆଜ୍ଞାକୁ ଲଙ୍ଘନ କରୁଛି। ଏହିଭଳି ଆହୁରି ଅନେକ କାର୍ଯ୍ୟ ତୁମେ କରୁଛ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”

Gade chapit la Kopi




ମାର୍କ 7:13
14 Referans Kwoze  

ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ।


ତା'ହେଲେ ସେମାନେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ୟକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।


ଏପରିକି ଆମ୍ଭେ ଇଫ୍ରୟିମ ପାଇଁ 10,000 ନିୟମ ଲେଖିଲେ ମଧ୍ୟ ସେ ସେଗୁଡ଼ିକ ଅଜଣା ଦ୍ରବ୍ୟ ପରି ବିବେଚନା କରିବ।


ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।


ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।


ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ।


“ଏବଂ କୁହ ତା'ର ମଧ୍ୟ ଗୋଟିଏ ପୁତ୍ର ଅଛି, ଯିଏ କି ତା'ର ପିତା କରିଥିବା ସମସ୍ତ ପାପ ଦେଖେ ଏବଂ ଯଦିଓ ସେ ସେଗୁଡ଼ିକୁ ଦେଖେ ସେ ଠିକ୍ ସେହିପରି କାର୍ଯ୍ୟ କରେ ନାହିଁ।


ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ।


ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର ଶିଷ୍ୟମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡ଼ିକୁ କାହିଁକି ପାଳୁ ନାହାନ୍ତି? ସେମାନେ ଅପବିତ୍ର ହାତରେ ଖାଆନ୍ତି, ସେମାନେ ଏଭଳି କାହିଁକି କରନ୍ତି?”


ଏହିଭଳି ସେହି ଲୋକକୁ ତା'ର ବାପାମାଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭେମାନେ ଅନୁମତି ଦେଉ ନାହଁ।


ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ।


ମୁଁ ଯିହୂଦୀ ଧର୍ମର ଜଣେ ନେତା ହୋଇ ଉଠୁଥିଲି। ମୁଁ ମୋ’ ବୟସର ତୁଳନାରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମ ଗୁଡ଼ିକ ପରମ୍ପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।


Swiv nou:

Piblisite


Piblisite