Biblia Todo Logo
Bib sou entènèt

- Piblisite -




ମାର୍କ 7:15 - ପବିତ୍ର ବାଇବଲ

15 ଏଭଳି କୌଣସି ବସ୍ତୁ ନାହିଁ, ଯାହା ବାହାରୁ ମନୁଷ୍ୟ ଭିତରକୁ ପ୍ରବେଶ କରି ତାକୁ ଅଶୁଦ୍ଧ କରି ପକାଇବ। ବରଂ ଯେଉଁ ବସ୍ତୁ ମନୁଷ୍ୟର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପାରେ।’’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହା କି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।

Gade chapit la Kopi

ଓଡିଆ ବାଇବେଲ

15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ବାହାରର କୌଣସି ବିଷୟ ମନୁଷ୍ୟ ଭିତରେ ପ୍ରବେଶ କରି ତାକୁ ଅପବିତ୍ର କରିପାରେ ନାହିଁ। ବରଂ ଯେଉଁ ବିଷୟ ମନୁଷ୍ୟ ଭିତରୁ ବାହାରକୁ ଆସେ, ତାହା ହିଁ ତାକୁ ଅଶୁଚି କରିଥାଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।

Gade chapit la Kopi




ମାର୍କ 7:15
17 Referans Kwoze  

ତୁମ୍ଭର ହୃଦୟକୁ ଅତି ଯତ୍ନର ସହ ପରିଗ୍ଭଳିତ କର। ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।


ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି।


ନାନା ପ୍ରକାରର ଅଜଣା ଶିକ୍ଷା ଦ୍ୱାରା ଭୁଲ୍ ବାଟରେ ପରିଗ୍ଭଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ୱାରା ନୁହେଁ, ବରଂ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ଶକ୍ତିଶାଳୀ ହେବା ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ୱାରା କିଛି ସାହାଯ୍ୟ ମିଳେ ନାହିଁ।


ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।


ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ।


ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା।


ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ।


ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି।


ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି?


ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ।


Swiv nou:

Piblisite


Piblisite