Biblia Todo Logo
Bib sou entènèt

- Piblisite -




ମାର୍କ 7:2 - ପବିତ୍ର ବାଇବଲ

2 ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବାର ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେମାନେ ଲକ୍ଷ୍ୟ କଲେ ଯେ, ଯୀଶୁଙ୍କ କେତେକ ଶିଷ୍ୟ ବିଧି ଅନୁଯାୟୀ ହାତ ଧୋଇ ଖାଉ ନାହାନ୍ତି। ଫାରୁଶୀମାନେ ଖାଇବା ପୂର୍ବରୁ ହାତ ଧୋଇବା ପାଇଁ ଯେଉଁ ନିୟମସବୁ କରିଥିଲେ, ଶିଷ୍ୟମାନେ ତାହା ପାଳନ କରୁ ନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍‍ ଅଧୁଆ ହାତରେ ଖାଇବା ଦେଖିଲେ।

Gade chapit la Kopi




ମାର୍କ 7:2
12 Referans Kwoze  

ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି।


ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।


“କିନ୍ତୁ ମୁଁ କହିଲି, ‘ପ୍ରଭୁ, ମୁଁ ଏହା କଦାପି କରିବି ନାହିଁ, କାରଣ ମୁଁ କେବେ ଅପବିତ୍ର ଓ ଅପରିଷ୍କାର ଖାଦ୍ୟ ଖାଇ ନାହିଁ।’


“ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”


ତେଣୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭର ଶିଷ୍ୟମାନେ ପୂର୍ବ ପୁରୁଷରୁ ପ୍ରଚଳିତ ପରମ୍ପରାଗୁଡ଼ିକୁ କାହିଁକି ପାଳୁ ନାହାନ୍ତି? ସେମାନେ ଅପବିତ୍ର ହାତରେ ଖାଆନ୍ତି, ସେମାନେ ଏଭଳି କାହିଁକି କରନ୍ତି?”


ଯୀଶୁ ଖାଇବାକୁ ଯିବା ପୁର୍ବରୁ ନିଜ ହାତ ନ ଧୋଇଥିବାରୁ ଫାରୂଶୀ ଜଣକ ଆଶ୍ଚର୍ଯ୍ୟ ହୋଇଗଲେ।


ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।


କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।


Swiv nou:

Piblisite


Piblisite