Biblia Todo Logo
Bib sou entènèt

- Piblisite -




ମାର୍କ 7:21 - ପବିତ୍ର ବାଇବଲ

21 ମନୁଷ୍ୟ ଭିତରେ, ତା'ର ମନରେ, ଏହିସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଗ୍ଭର, ଯୌନଗତ ପାପ, ଗ୍ଭେରି, ହତ୍ୟା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ-

Gade chapit la Kopi

ଓଡିଆ ବାଇବେଲ

21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କାରଣ ତାହାର ହୃଦୟରୁ ଜାତ ଅସତ୍ ଚିନ୍ତା ଦ୍ୱାରା ସେ ନାନା ପ୍ରକାର ନୀତିହୀନ କାର୍ଯ୍ୟ କରିଥାଏ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,

Gade chapit la Kopi




ମାର୍କ 7:21
37 Referans Kwoze  

“ଯାହାର ଅନ୍ତଃକରଣ ସବୁଠାରୁ କପଟମୟ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କେହି ଜାଣି ପାରିବେ ନାହିଁ।


କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ।


ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ସେ ସମୟରେ ନାନା ଭାବନା ତୁମ୍ଭ ମନରେ ଆସିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ।


ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?


ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ।


ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ।


ତୁମ୍ଭର ହୃଦୟକୁ ଅତି ଯତ୍ନର ସହ ପରିଗ୍ଭଳିତ କର। ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।


ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।


ସେମାନଙ୍କର ପାଦ ଦୁଷ୍କର୍ମ ଆଡ଼କୁ ଧାବିତ ହୁଏ ଓ ସେମାନେ ନିର୍ଦ୍ଦୋଷରେ ରକ୍ତପାତ କରିବାକୁ ଅଗ୍ରସର ହୁଅନ୍ତି। ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା। ସେମାନଙ୍କ ପଥରେ ଧ୍ୱଂସ ଓ ବିନାଶ ଥାଏ।


ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି। ସେ ସମସ୍ତେ ଅଶୁଚି ହୋଇଛନ୍ତି। କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି। ନାଁ, ଜଣେ କେହି ନାହିଁ!


କିନ୍ତୁ ପ୍ରତ୍ୟେକ ମଣିଷ ଆଜି ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି। ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।


ଏହି ଆଦେଶ ଅନୁସାରେ ମୋ’ ଭିତରେ ସମସ୍ତ ପ୍ରକାରର ଭୁଲ୍ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହେତୁ ପାପ ମୋ’ ପାଖକୁ ଆସିଲା। କିନ୍ତୁ ବ୍ୟବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।


ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।”


ଗର୍ବୀ ଲୋକର ଗୃହକୁ ସଦାପ୍ରଭୁ ବିନାଶ କରିବେ। ମାତ୍ର ବିଧବାର ସୀମା ସଦାପ୍ରଭୁ ସ୍ଥିର କରିବେ।


ଏକ ମୂର୍ଖ ଲୋକ ନିଜ ହୃଦୟରେ କହେ, “ପରମେଶ୍ୱର ନାହାନ୍ତି।” ସେହି ମୂର୍ଖମାନେ ଭ୍ରଷ୍ଟ ଓ ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ଉତ୍ତମ କାର୍ଯ୍ୟ କରିଥିବା ଲୋକ କେହି ନାହାନ୍ତି।


ପରମେଶ୍ୱରଙ୍କ ସହିତ ବିବାଦ କରି, କେହି ମନୁଷ୍ୟ କିପରି ଭଲ ହୋଇ ପାରିବ? କିମ୍ବା ସ୍ତ୍ରୀଲୋକ ପାଖରୁ ଜନ୍ମ ହୋଇ ଜଣେ ମନୁଷ୍ୟ କିପରି ନିରୀହ ହୋଇ ପାରିବ।


“ଅପରିଷ୍କାର ବସ୍ତୁରୁ କିଏ ପରିଷ୍କାର ବସ୍ତୁ ଉତ୍ପନ୍ନ କରିପାରେ ନା, କେହି ଜଣେ ମନୁଷ୍ୟ କରି ପାରିବ ନାହିଁ।


ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।


ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି।


ଅତୀତରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ୱାରା ବ୍ୟବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ୟାତ୍ମିକ ମୃତ୍ୟୁ ଘଟାଉ ଥିଲା।


କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି। ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର, ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।


ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।


ମୋତେ ଧନୀ ହେବା ପରିବର୍ତ୍ତେ ମୋତେ ବାକ୍ୟ ବିଷୟରେ ବୁଝିବା ପାଇଁ ସାହାଯ୍ୟ କର।


ଆମ୍ଭେମାନେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହେବା। ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ୟା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।


କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭେମାନେ ନିଜ ନିଜ ଦୁଷ୍ଟାନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କରୁଅଛ ଓ ମୋ’ ଆଜ୍ଞା ପାଳନ କରୁ ନାହଁ।


ସେ ପୁଣି କହିଲେ, “ମନୁଷ୍ୟର ଭିତରୁ ଯାହା ବାହାରକୁ ଆସେ, ତାହା ତାହାକୁ ଅଶୁଦ୍ଧ କରିଥାଏ।


ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।


ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।


Swiv nou:

Piblisite


Piblisite