Biblia Todo Logo
Bib sou entènèt

- Piblisite -




ମାର୍କ 9:44 - ପବିତ୍ର ବାଇବଲ

44

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 [କାରଣ ନରକରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।]

Gade chapit la Kopi

ଓଡିଆ ବାଇବେଲ

44 [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 [କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।]

Gade chapit la Kopi




ମାର୍କ 9:44
13 Referans Kwoze  

ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ।


ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ।


ସିୟୋନର ପାପୀଗଣ ଭୟଭୀତ, ମନ୍ଦାଗ୍ଭରୀଗଣ ହଠାତ୍ କମ୍ପିତ ହେଉଛନ୍ତି। “ଆମ୍ଭମାନଙ୍କ ମଧ୍ୟରୁ କେହି ସର୍ବଗ୍ରାସୀ ଅଗ୍ନିରେ ବାସ କରି ପାରିବ? ପୁଣି କେହି କେବେ ଅନନ୍ତକାଳ ପର୍ଯ୍ୟନ୍ତ ଜ୍ୱଳନ୍ତ ଅଗ୍ନିରେ ବାସ କରି ପାରିବ?’’


“ପୁଣି ସେମାନେ ବାହାରେ ଯାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସେମାନଙ୍କର କୀଟ ମରିବ ନାହିଁ କିମ୍ବା ସେମାନଙ୍କର ଅଗ୍ନି ନିର୍ବାପିତ ହେବ ନାହିଁ। ଆଉ ମଧ୍ୟ ସେମାନେ ସମସ୍ତେ ମର୍ତ୍ତ୍ୟର ଘୃଣାର ପାତ୍ର ହେବେ।”


ତାହାଙ୍କ ହାତରେ କୁଲା ଅଛି। ସେଥିରେ ସେ ଶସ୍ୟ ସବୁରୁ ଅଗାଡ଼ି ତକ ଅଲଗା କରିଦେବେ। ସେ ତାହାଙ୍କ ଖଳାରୁ ପରିଷ୍କାର ହୋଇଥିବା ଶସ୍ୟତକ ଏକାଠି କରିନେଇ ଅମାର ଭିତରେ ରଖି ଦେବେ ଓ ଅଗାଡ଼ି, କାଠି-କୁଟାତକ ନିଆଁରେ ପକେଇ ଦେବେ। ସେ ନିଆଁ କେବେ ହେଲେ ଲିଭିବ ନାହିଁ।”


“ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।


“ତା'ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”


ମନୁଷ୍ୟକୁ ଖାଉଥିବା ନର୍କର କୀଟ କେବେ ମରେ ନାହିଁ କି ନର୍କର ନିଆଁ କେବେ ଲିଭେ ନାହିଁ।


ସେହି ଲୋକମାନେ ଅନନ୍ତ ବିନାଶ ଦ୍ୱାରା ଦଣ୍ଡିତ ହେବେ। ସେମାନଙ୍କୁ ପ୍ରଭୁଙ୍କ ସହିତ ରହିବାକୁ ଦିଆ ଯିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସେମାନଙ୍କୁ ଦୂରରେ ରଖାଯିବ।


ସେହି ଲୋକ ପରମେଶ୍ୱରଙ୍କ କ୍ରୋଧର ସୁରା ପାନ କରିବ। ଏହି ସୁରା ପରମେଶ୍ୱରଙ୍କ କ୍ରୋଧର ପାତ୍ରରେ ଅମିଶ୍ରିତ ଭାବେ ଢଳା ହୋଇଛି। ସେ ପବିତ୍ର ଦୂତଗଣ ଓ ମେଷଶାବକଙ୍କ ସମ୍ମୁଖରେ ଜ୍ୱଳନ୍ତ ଗନ୍ଧକରେ ଯନ୍ତ୍ରଣା ପାଇବ।


ସେତେବେଳେ ଶୟତାନ (ଯିଏ ସେହି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସେହି ପଶୁ ଓ ମିଥ୍ୟାବାଦୀ ଭବିଷ୍ୟ‌‌ଦ୍‌‌‌‌ବକ୍ତା ସହିତ ଗନ୍ଧକରେ ପ୍ରଜ୍ୱଳିତ ଅଗ୍ନିମୟ ହ୍ରଦ ମଧ୍ୟକୁ ନିକ୍ଷେପ କରାଗଲେ। ସେମାନେ ସେଠାରେ ଦିନରାତି ସବାସର୍ବଦା ପାଇଁ ଯନ୍ତ୍ରଣା ପାଇବେ।


ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।


କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’


Swiv nou:

Piblisite


Piblisite