Biblia Todo Logo
Bib sou entènèt

- Piblisite -




ନାହୂମ 1:4 - ପବିତ୍ର ବାଇବଲ

4 ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦେବେ ଏବଂ ସମୁଦ୍ର ଶୁଖିଯିବ। ସେ ନଦୀଗୁଡ଼ିକୁ ମଧ୍ୟ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡ଼ିବ। ଏବଂ ଲିବାନୋ‌ନ୍‌ର ଫୁଲଗୁଡ଼ିକ ମଉଳି ଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦନଦୀସକଳ ନିର୍ଜଳ କରନ୍ତି; ବାଶନ୍ ଓ କର୍ମିଲ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।

Gade chapit la Kopi

ଓଡିଆ ବାଇବେଲ

4 ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦ-ନଦୀସକଳ ନିର୍ଜଳ କରନ୍ତି; ବାଶନ ଅଞ୍ଚଳ ଓ କର୍ମିଲ ପର୍ବତ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ।

Gade chapit la Kopi




ନାହୂମ 1:4
22 Referans Kwoze  

ଦେଶ ଜଟିଳ ସମସ୍ୟା ଏବଂ ଅବସନ୍ନ ରୂପ ପରିଧାନ କରିଛି। ଲିବାନୋନ ଲଜ୍ଜିତ ଓ ଶୁଷ୍କ ଦେଖା ଯାଉଛି, ଶାରୋଣ ଅରଣ୍ୟ ତୁଲ୍ୟ ଦେଖା ଯାଉଛି। ବାଶନ୍ ଓ କର୍ମିଲର ପତ୍ର ଝାଡ଼ି ହୋଇଛି।


ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା। ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଲାଇବା ପରି।


ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?


“ଆମ୍ଭେ ଗଭୀର ଜଳକୁ ଶୁଷ୍କ ହେବାକୁ କହୁ ଓ ତୁମ୍ଭର ନଦନଦୀଗୁଡ଼ିକ ଶୁଷ୍କ କରିଦେଉ।”


ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ? ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?


ସୂଫସାଗର ତାହା ଦେଖି ଘୁଞ୍ଚି ଗଲା। ଯର୍ଦ୍ଦନ ନଦୀ ଉଜାଣି ବହିଲା।


କିନ୍ତୁ ତୁମ୍ଭେ ଆଜ୍ଞା ଦେଲ ଓ ଜଳରାଶି ସେଠାରୁ ଛାଡ଼ି ପଳାଇଲା। ହେ ପରମେଶ୍ୱର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।


ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।


ଯୀଶୁ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି?” ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡ଼ିକୁ ଧମକ ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା, ତା'ପରେ ସେଠାରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।


ଆମୋଷ କହିଲେ: “ସିୟୋନରେ ସଦାପ୍ରଭୁ ସିଂହ ପରି ଗର୍ଜନ କରିବେ। ତାଙ୍କର ଉଚ୍ଚସ୍ୱର ଯିରୁଶାଲମରୁ ଗର୍ଜି ଉଠିବ। ଫଳରେ, ସବୁଜ ଗ୍ଭରଣଭୂମି ମଳିନ ଦେଖାଯିବ ଏବଂ ଶୁଖିଯିବ। ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହେବ।”


ମୁଁ ନୀଳନଦୀକୁ ଶୁଷ୍କ ଭୂମିରେ ପରିଣତ କରିବି। ଦେଶକୁ ମନ୍ଦ ଲୋକମାନଙ୍କୁ ବିକ୍ରୟ କରିବି। ମୁଁ ବିଦେଶୀମାନଙ୍କ ଦ୍ୱାରା ଦେଶ ତଥା ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବି। ମୁଁ ସଦାପ୍ରଭୁ ଏହା କହିଅଛି।”


ମୁଁ ସମୁଦ୍ରକୁ କହିଲି, ‘ତୁମ୍ଭେ ଏତିକି ବାଟ ପର୍ଯ୍ୟନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ। ଏହି ସ୍ଥାନରେ ତୁମ୍ଭେ ଗର୍ବି ଢେଉ ଆସି ବନ୍ଦ ହେବ।’


ପରମେଶ୍ୱର ନୋହ ଏବଂ ତାଙ୍କ ସହିତ ଜାହାଜରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ୱର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ୟା ଜଳ କମିଗଲା।


ତା'ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ।


ସଦାପ୍ରଭୁଙ୍କ ଗର୍ଜନରେ ତାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ତ୍ତ ପ୍ରକାଶ ପାଇଲା, ଭୂମଣ୍ତର ମୂଳ ସକଳ ଅନାବୃତ୍ତ ହେଲା।


ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ୱଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ୱୀପରେ ପରିଣତ କରିବୁ ଓ ଜଳାଶୟକୁ ଶୁଷ୍କ କରିବୁ।


ସେ ସମୟରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରସ୍ଥ ପଶୁଗଣ ଓ ଭୂମିରେ ଗୁରୁଣ୍ଡୁଥିବା ସରୀସୃପଗଣ ଆଉ ପୃଥିବୀସ୍ଥ ସମସ୍ତ ଲୋକମାନେ ଆମ୍ଭ ସାକ୍ଷାତରେ ଭୟରେ କମ୍ପିତ ହେବେ। ପର୍ବତସବୁ ଉତ୍ପାଟିତ ହେବେ ଓ ଶୃଙ୍ଗଗୁଡ଼ିକ ଭାଙ୍ଗି ପଡ଼ିବ। ଆଉ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ।”


ସଦାପ୍ରଭୁ ଊର୍ଦ୍ଧ୍ୱରୁ ହସ୍ତ ବଢ଼ାଇ ମୋତେ ଉଦ୍ଧାର କଲେ। ସେ ମୋତେ ସେହି ଗଭୀର ଜଳରୁ ହାତ ବଢ଼ାଇ ଟେକି ଆଣିଲେ।


Swiv nou:

Piblisite


Piblisite