Biblia Todo Logo
Bib sou entènèt

- Piblisite -




ନିହିମୀୟା 1:9 - ପବିତ୍ର ବାଇବଲ

9 କିନ୍ତୁ ଯଦି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିବ ଓ ଆମ୍ଭ ଆଜ୍ଞା ପାଳନ କରି ଓ ଅଭ୍ୟାସ କରି ବାସ କରିବ, ତେବେ ଯଦିଓ ତୁମ୍ଭେମାନେ ଆକାଶର ପ୍ରାନ୍ତ ସୀମାରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’

Gade chapit la Kopi




ନିହିମୀୟା 1:9
28 Referans Kwoze  

‘ଆଉ ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପରେ ଯେଉଁସବୁ ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିଦେଇଥିଲୁ, ସେହି ସହସ୍ର ଦେଶରୁ ପୁନର୍ବାର ସେମାନଙ୍କୁ ସଂଗ୍ରହ କରିବା। ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ସେମାନଙ୍କୁ ଶାନ୍ତି ଏବଂ ନିରାପଦରେ ଏହି ସ୍ଥାନରେ ବାସ କରାଇବା।


ନିଜର ସ୍ୱର୍ଗଦୂତମାନଙ୍କୁ ପୃଥିବୀରେ ସର୍ବତ୍ର ପଠାଇବା ପାଇଁ ମନୁଷ୍ୟପୁତ୍ର ମହା ତୂରୀ ଧ୍ୱନି ସହିତ ଆସିବେ। ସେହି ସ୍ୱର୍ଗଦୂତମାନେ ମର୍ତ୍ତ୍ୟର ଗୋଟିଏ ଭାଗରୁ ଆଉ ଗୋଟିଏ ଭାଗ ପର୍ଯ୍ୟନ୍ତ ବୁଲି, ଗ୍ଭରିଆଡ଼ୁ ତାହାଙ୍କର ମନୋନୀତ ଲୋକଙ୍କୁ ଏକାଠି କରିବେ।


ପୁଣି ସେମାନଙ୍କୁ ଉତ୍ପାଟନ କଲାପରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା। ପୁଣି ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଜମିକୁ ଫେରାଇ ଆଣିବା।


ସଦାପ୍ରଭୁ ମୋର ପ୍ରଭୁ ଏହିସବୁ କହିଛନ୍ତି, “ଆମ୍ଭେ ଇସ୍ରାଏଲର ଦୂରିକୃତ ଲୋକମାନଙ୍କୁ ସଂଗ୍ରହ କରିବୁ ଓ ସେମାନଙ୍କ ବ୍ୟତୀତ ତାହା ନିକଟରେ ଥିବା ଅନ୍ୟ ଲୋକମାନଙ୍କୁ ସଂଗ୍ରହ କରିବୁ।”


ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।


ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟକୁ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେ ସମସ୍ତଙ୍କୁ ଯିରୁଶାଲମରେ ସୁନାମ ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରିବେ। ମୁଁ ଦାରିୟାବସ୍ ଏହି ଆଜ୍ଞା ଦେଇଅଛି, ଏହା ଅତି ଯତ୍ନପୂର୍ବକ କରାଯାଉ।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସମସ୍ତ ଗୋଷ୍ଠୀ ମଧ୍ୟରୁ ଏକ ସ୍ଥାନ ମନୋନୀତ କରିବେ, ଯେଉଁଠାରେ ତାଙ୍କର ନାମ ଉପାସନା ହେବା ଉଚିତ୍। ତୁମ୍ଭର ସେଠାକୁ ଯିବା ଉଚିତ୍ ଏବଂ ତାଙ୍କୁ ଖୋଜିବା ଉଚିତ୍।


ପରମେଶ୍ୱର କହନ୍ତି, “ମୁଁ ଜାତିମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ନେଇ ଆସିବି ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବି ଓ ତୁମ୍ଭମାନଙ୍କୁ ତୁମ୍ଭ ନିଜ ଦେଶକୁ ଆଣିବି


“ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ଆଉ ଦୂରସ୍ଥ ଦ୍ୱୀପ ସମୂହରେ ତାହା ପ୍ରଗ୍ଭର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମେଷପଲକୁ ରକ୍ଷା କରେ, ସେପରି ସେ ତାହାକୁ ସୁରକ୍ଷା ଦେବେ।’


ପରମେଶ୍ୱର ଏହି “ଧ୍ୱଜାକୁ’ ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କେତ ସ୍ୱରୂପ ଉଠାଇବେ। ଇସ୍ରାଏଲ ଓ ଯିହୁଦାର ବିଚ୍ଛିନ୍ନ ହୋଇଥିବା ଲୋକମାନେ ଏକତ୍ର ହେବେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥରେ ବିଚ୍ଛିନ୍ନ ହୋଇଯାଇଥିଲେ। କିନ୍ତୁ ପରମେଶ୍ୱର ସେ ସମସ୍ତଙ୍କୁ ଏକତ୍ରିତ କରିବେ।


ହେ ସଦାପ୍ରଭୁ, ପରମେଶ୍ୱର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ। ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।


ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭକୁ ଆଗ୍ରହ ଭାବରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଅଛୁ। ଆମ୍ଭ ନାମକୁ ସଦାକାଳ ସମ୍ମାନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ଆମ୍ଭେ ତୁମ୍ଭକୁ କଥା ଦେଇଅଛୁ ଯେ, ଆମ୍ଭର ଧ୍ୟାନ ଓ ପ୍ରେମ ମନ୍ଦିର ପ୍ରତି ରହିବ।


ସଦାପ୍ରଭୁ କହନ୍ତି, “ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ୟରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।


ସଦାପ୍ରଭୁଙ୍କୁ କୁହ, “ହେ ପରମେଶ୍ୱର, ଆମ୍ଭମାନଙ୍କର ଉଦ୍ଧାରକର୍ତ୍ତା, ଆମ୍ଭମାନଙ୍କୁ ଉଦ୍ଧାର କର। ଆମ୍ଭମାନଙ୍କୁ ଏକତ୍ର କର ଓ ଅନ୍ୟ ଦେଶଠାରୁ ଆମ୍ଭମାନଙ୍କୁ ରକ୍ଷା କର। ତେବେ, ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ପ୍ରଶଂସା ଗାନ କରିବା। ତେବେ ଆମ୍ଭେମାନେ ସଙ୍ଗୀତ ଗାନ କରି ତୁମ୍ଭର ପ୍ରଶଂସା କରିବା।”


ଯଦି ସେହି ବନ୍ଦୀମାନେ ସେହି ଦୂର ଦେଶରେ ସେମାନଙ୍କର ହୃଦୟ ସହକାରେ ତୁମ୍ଭ ପ୍ରତି ଫେରନ୍ତି। ପୁଣି ତୁମ୍ଭେ ସେମାନଙ୍କର ପୂର୍ବପୁରୁଷଗଣଙ୍କୁ ଦେଇଥିବା ଦେଶକୁ, ତୁମ୍ଭର ମନୋନୀତ ନଗରକୁ ତୁମ୍ଭ ସମ୍ମାନାର୍ଥେ ମୁଁ କରିଥିବା ମନ୍ଦିରକୁ ଫେରି ଆସନ୍ତି।


ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ। ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।


ସେଦିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ଯ୍ୟନ୍ତ ସେ ଲୋକମାନଙ୍କୁ ଏକତ୍ରିତ କରିବେ। ପୁଣି ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଗୋଟି ଗୋଟି ହୋଇ ସଂଗୃହୀତ ହେବ।


ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି, “ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ।


“ତେଣୁ ଇସ୍ରାଏଲ ବଂଶଧରଙ୍କୁ କୁହ! ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ଅନୁତାପ କର ଓ ତୁମ୍ଭମାନଙ୍କର ମୂର୍ତ୍ତିଗୁଡ଼ିକୁ ପରିତ୍ୟାଗ କରି ଘୃଣ୍ୟ ପ୍ରଥାରୁ ମୋ’ ନିକଟକୁ ଫେରି ଆସ।


“ତୁମ୍ଭେ ଯଦି ତାହା କର, ତେବେ ଆମ୍ଭର କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ।


“ମୁଁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହା ସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ଯ୍ୟପାଇଁ ଆଶୀର୍ବାଦ ଓ ମନ୍ଦକାର୍ଯ୍ୟ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭଙ୍କୁ ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ପଠାଇବେ। ସେଠାରେ ତୁମ୍ଭେମାନେ ସ୍ମରଣ କରିବ।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।


Swiv nou:

Piblisite


Piblisite