Biblia Todo Logo
Bib sou entènèt

- Piblisite -




ନିହିମୀୟା 13:16 - ପବିତ୍ର ବାଇବଲ

16 ସେହି ନଗରରେ ସୋରୀୟ ଲୋକେ ବାସ କରୁଥିଲେ। ସେମାନେ ମତ୍ସ୍ୟ ଓ ଅନ୍ୟ ବହୁତ ଦ୍ରବ୍ୟ ବିଶ୍ରାମ ଦିନରେ ଯିହୁଦୀୟମାନଙ୍କୁ ଓ ଯିରୁଶାଲମରେ ବିକ୍ରୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରୟ କଲେ।

Gade chapit la Kopi

ଓଡିଆ ବାଇବେଲ

16 ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ।

Gade chapit la Kopi




ନିହିମୀୟା 13:16
5 Referans Kwoze  

“ଛଅ ଦିନ ଧରି କାର୍ଯ୍ୟ କର ଏବଂ ସପ୍ତମ ଦିନରେ ବିଶ୍ରାମ କର। ଏପରି ମଧ୍ୟ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ୟ ଏପରି କରିବ। ସେମାନଙ୍କ ପାଇଁ ସପ୍ତମ ଦିନଟି ବିଶ୍ରାମ ଦେବ।


କିନ୍ତୁ ସପ୍ତମ ଦିନଟି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ, ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗଧ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବେ ନାହିଁ। ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭପରି ବିଶ୍ରାମ କରିବେ।


ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ।


ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମ ଦିନରେ ଦ୍ରାକ୍ଷାରସ ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝେଇ କରିବାର ମଧ୍ୟ ବିଶ୍ରାମ ଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ଯିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନରେ କୌଣସି ଖାଦ୍ୟ ବିକ୍ରୟ ନ କରିବାକୁ ମୁଁ ସେମାନଙ୍କୁ ସତର୍କ କଲି।


ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ଯୁକ୍ତି କରି କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ।


Swiv nou:

Piblisite


Piblisite