Biblia Todo Logo
Bib sou entènèt

- Piblisite -




ନିହିମୀୟା 13:22 - ପବିତ୍ର ବାଇବଲ

22 ଏହା ପରେ ମୁଁ ଲେବୀୟମାନଙ୍କୁ ବିଶ୍ରାମ ଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ଜଗିବାକୁ ଆଜ୍ଞା କଲି। ହେ ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଶାଶ୍ୱତ ପ୍ରେମରେ ମୋତେ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ଵାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ଵର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ଵାନୁସାରେ ମୋତେ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

22 ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମବାର ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।

Gade chapit la Kopi




ନିହିମୀୟା 13:22
26 Referans Kwoze  

ଯାଜକମାନେ ଓ ଲେବୀୟମାନେ ନିଜ ନିଜକୁ ଶୁଚି କଲେ। ଆଉ ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।


ହେ ମୋର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର। ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ବିଷୟ ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି ମୋର କୃତ ସେହି ସୁକର୍ମ ସବୁ ଲିଭାଇ ନ ଦିଅ।


ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।


ପୁଣି ରାଜାମାନେ ତୁମ୍ଭର ପାଳିତ ପିତା ହେବେ ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳିତା ମାତା ହେବେ, ସେମାନେ ନତମୁଖ ହୋଇ ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭର ପାଦର ଧୂଳି ଗ୍ଭଟିବେ; ତେଣୁ ଆମ୍ଭେ ଯେ ସଦାପ୍ରଭୁ ଓ ଯେ ଆମ୍ଭ ଉପରେ ବିଶ୍ୱାସ ରଖନ୍ତି, ସେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


“ହେ ସଦାପ୍ରଭୁ, ମୁଁ ବିନୟ କରି କହୁଅଛି, ମୁଁ ବିଶ୍ୱସ୍ତ ଭାବରେ ସର୍ବାନ୍ତଃକରଣରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର।” ଏହା କହି ହିଜକିୟ ଅତିଶୟ ରୋଦନ କଲା।


ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।


ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋ’ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମୋର ସମସ୍ତ ପାପ କ୍ଷମା କର।


କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।


ଯେଶୂୟ ଯୋୟାକୀ‌‌‌‌‌‌ମ୍‌‌‌‌‌‌ର ପିତା ଥିଲେ, ଯୋୟାକୀମ୍ ଇଲିୟାଶୀବର ପିତା ଥିଲେ ଓ ଇଲିୟାଶୀବ ଯୋୟାଦର ପିତା ଥିଲେ।


ହେ ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ଯ୍ୟ କରିଅଛି, ମୋର ତାହା ସବୁ ସ୍ମରଣ କର।


ରାଜା ହିଜକିୟ ଓ ତାଙ୍କର ପଦାଧିକାରୀମାନେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଆଦେଶ ଦେଲେ। ସେମାନେ ଦାଉଦ ଓ ଆସଫ ଭବିଷ୍ୟ‌ଦ୍‌ବକ୍ତାଙ୍କ ରଚିତ ସଙ୍ଗୀତମାନ ଗାନ କଲେ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ ଓ ଆନନ୍ଦିତ ହେଲେ। ସେମାନେ ସମସ୍ତେ ନତମସ୍ତକ ହେଲେ ଓ ପରମେଶ୍ୱରଙ୍କର ଉପାସନା କଲେ।


ଏହା ପରେ ହିଜକିୟ ବେଦି ଉପରେ ବଳିଦାନ ଉପହାର ଉତ୍ସର୍ଗ କରିବାକୁ ଆଦେଶ ଦେଲେ। ହୋମବଳି ଉପହାରର ଉତ୍ସର୍ଗ ଯେତେବେଳେ ଆରମ୍ଭ ହେଲା, ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସଙ୍ଗୀତ ଗାନ ଆରମ୍ଭ ହେଲା। ତୂରୀ ବଜାଗଲା ଓ ଇସ୍ରାଏଲ ରାଜା ଦାଉଦଙ୍କ ବାଦ୍ୟଯନ୍ତ୍ର ସବୁ ବଜାଗଲା।


ପୁଣି ରାଜା ସଦାପ୍ରଭୁଙ୍କ ମନ୍ଦିରରୁ ବା‌ଲ୍‌ର, ଆଶେରାମୂର୍ତ୍ତିର ଓ ସ୍ୱର୍ଗସ୍ଥ ସମସ୍ତ ବାହିନୀ ଓ ମିଥ୍ୟା ଦେବତାମାନଙ୍କ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହି‌ଲ୍‌‌‌କିୟ ମହାଯାଜକକୁ, ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଦେଶ କଲେ। ତା'ପରେ ଯୋଶିୟ ରାଜା ସେ ସମସ୍ତ ଦ୍ରବ୍ୟକୁ ଯିରୁଶାଲମର ବାହାରେ କିଦ୍ରୋଣ ଉପତ୍ୟକାରେ ଦ‌ଗ୍‌ଧ କଲେ ଓ ତାହାର ଭସ୍ମ ବୈଥେ‌ଲ୍‌କୁ ନେଇଗଲେ।


‘ବିଶ୍ରାମ ଦିନକୁ ସଦାପ୍ରଭୁଙ୍କର ଉଦ୍ଧିଷ୍ଟ ଦିନରୂପେ ପାଳନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି।


ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତରେ ଆମ୍ଭେ ଯାହାକିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ଯ୍ୟ ଦୃଷ୍ଟିରୁ ଏହା ଅଧିକ ସତ୍ୟ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନରେ ନୁହେଁ ମାତ୍ର ପରମେଶ୍ୱରଙ୍କ କୃପାରୁ କରୁଛୁ।


ଦୁଷ୍ଟାଗ୍ଭରୀ ତା'ର ମନ୍ଦକାର୍ଯ୍ୟ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ୟାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦେବେ। ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।


“ହେ ସଦାପ୍ରଭୁ ମୁଁ ବିନୟ କରି କହୁଛି, ମୁଁ ସତ୍ୟତା ଓ ସର୍ବାନ୍ତଃକରଣରେ ତୁମ୍ଭ ସେବା କରି ଆସିଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର।” ତା'ପରେ ହିଜକିୟ ଅତିଶୟ ରୋଦନ କଲେ।


Swiv nou:

Piblisite


Piblisite