Biblia Todo Logo
Bib sou entènèt

- Piblisite -




ନିହିମୀୟା 13:6 - ପବିତ୍ର ବାଇବଲ

6 ମୁଁ ଏସବୁ ସମୟରେ ଯିରୁଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ୍ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ପରେ ରାଜାଙ୍କୁ ବିଦାୟ ମାଗିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ଅଧିକାରର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ମାଗିଲି;

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି;

Gade chapit la Kopi




ନିହିମୀୟା 13:6
7 Referans Kwoze  

ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତି ଥିବା ସମୟାବଧି ଅର୍ଥାତ୍ ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡ଼ିଏ ବର୍ଷଠାରୁ ବତିଶ୍ ବର୍ଷପର୍ଯ୍ୟନ୍ତ ସେହି ବାରବର୍ଷ ମୁଁ କିମ୍ବା ମୋର ଭାତୃଗଣ ଦେଶାଧ୍ୟକ୍ଷର ବୃତ୍ତି ଭୋଗ କଲୁ ନାହିଁ।


କିନ୍ତୁ ସବୁ ଲୋକ ଶୋଇଥିବା ସମୟରେ ସେହି ଲୋକର ଶତ୍ରୁ ଆସିଲା। ସେ ଗହମ ମଝିରେ ବାଳୁଙ୍ଗାବୀଜ ବୁଣି ଦେଲା। ତା'ପରେ ସେ ଗ୍ଭଲିଗଲା।


ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି।


ଏବଂ ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସେମାନଙ୍କୁ ଅନନ୍ଦିତ କରିଥିଲେ ଓ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇ ଥିଲେ।


ଲୋକମାନେ ଅନୁଭବ କଲେ ଯେ, ମୋଶା ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡେରି କଲେ। ତେଣୁ ସେମାନେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସେମାନେ ତାଙ୍କୁ କହିଲେ, “ଦେଖ, ମୋଶା ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣି ପାରିଲୁ ନାହିଁ ତାଙ୍କର କ’ଣ ହୋଇଛି। ଆମ୍ଭମାନଙ୍କୁ ଆଗେଇ ନେବା ପାଇଁ କେତେକ ଦେବତାଗଣ ନିର୍ମାଣ କର।”


Swiv nou:

Piblisite


Piblisite