ନିହିମୀୟା 2:17 - ପବିତ୍ର ବାଇବଲ17 ଏହା ପରେ ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ଦେଖି ପାରୁଛ ଆମ୍ଭେମାନେ ଖରାପ ଅବସ୍ଥାରେ ଅଛୁ। ଯିରୁଶାଲମ କିପରି ଉଜାଡ଼ ହୋଇ ପଡ଼ିଛି ଏବଂ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି। ନିନ୍ଦିତ ନ ହେବା ଆସ, ଆସ ପୁଣି ଥରେ ଯିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ମୁଁ ସେମାନଙ୍କୁ କହିଲି, ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ। Gade chapit laଓଡିଆ ବାଇବେଲ17 ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କି ପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।” Gade chapit la |
ହଁ, ଆମ୍ଭେମାନେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନ ଥିଲ। ତୁମ୍ଭେ ଆମ୍ଭ ପ୍ରତି ଦୟା କରିଥିଲ। ତୁମ୍ଭ ଯୋଗୁଁ ପାରସ୍ୟର ରାଜା ଆମ୍ଭ ପ୍ରତି ଦୟା ଦେଖାଇ ଥିଲେ। ତୁମ୍ଭର ମନ୍ଦିର ଧ୍ୱଂସ ହୋଇ ଯାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦେଲୁ। ପରମେଶ୍ୱର, ତୁମ୍ଭେ ଯିହୁଦା ଓ ଯିରୁଶାଲମରେ ପ୍ରାଚୀର ଦେବା ପାଇଁ ଆମ୍ଭର ସହାୟ ହେଲ।