ନିହିମୀୟା 2:3 - ପବିତ୍ର ବାଇବଲ3 ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମୋର ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତେବେଳେ ଉଜାଡ଼ି ହୋଇ ପଡ଼ିଛି ଓ ତହିଁର ଦ୍ୱାରସବୁ ଦଗ୍ଧ ହୋଇ ପଡ଼ିଛି ସେତେବେଳେ କାହିଁକି ମୋର ମୁଖ ଦୁଃଖିତ ହେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ମୁଁ ରାଜାଙ୍କୁ କହିଲି, ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ? Gade chapit laଓଡିଆ ବାଇବେଲ3 ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?” Gade chapit la |
ହିଜକିୟ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିୟଙ୍କୁ ସେହିଠାରେ କବର ଦେଲେ। ହିଜକିୟ ମୃତ୍ୟୁବରଣ କଲାପରେ ଯିହୁଦା ଓ ଯିରୁଶାଲମରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦେଖାଇଲେ। ମନଃଶି ହିଜକିୟଙ୍କ ସ୍ଥାନରେ ନୂତନ ରାଜା ହେଲେ। ମନଃଶି ହିଜକିୟଙ୍କ ପୁତ୍ର ଥିଲେ।