Biblia Todo Logo
Bib sou entènèt

- Piblisite -




ନିହିମୀୟା 3:1 - ପବିତ୍ର ବାଇବଲ

1 ଇଲିୟାଶୀବ ମହାଯାଜକ ଥିଲେ, ଇଲିୟାଶୀବ ଓ ତାଙ୍କର ସାଥୀ ଯାଜକମାନେ ମେଷ ଫାଟକ ଗଠନ କରିବାକୁ ଗଲେ। ସେମାନେ ସେହି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ୱାର ସ୍ଥାପନ କଲେ। ସେମାନେ ସହସ୍ର ଦୁର୍ଗର ଓ ହନନେଲ ଦୁର୍ଗର କାର୍ଯ୍ୟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥି ଉତ୍ତାରେ ଇଲିୟାଶୀବ୍ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ଵାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।

Gade chapit la Kopi

ଓଡିଆ ବାଇବେଲ

1 ଏହା ପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହାପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।

Gade chapit la Kopi




ନିହିମୀୟା 3:1
19 Referans Kwoze  

ଆଉ ଇଫ୍ରୟିମ ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ। ଆଉ ସେମାନେ ପ୍ରହରୀ ଦ୍ୱାରରେ ଠିଆ ହୋଇ ରହିଲେ।


ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଯିରୁଶାଲମ ନଗର ପୁନର୍ବାର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ। ତା'ପରେ ହନନେଲ ଦୁର୍ଗରୁ କୋଣ ଫାଟକ ପର୍ଯ୍ୟନ୍ତ ତାହା ନିର୍ମିତ ହେବ।


ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେ‌‌ଥ୍‌‌ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା।


ଆଉ ମଧ୍ୟ ସେହି ସମୟରେ, ସମସ୍ତ ଦେଶ ଯିରୁଶାଲମର ଦକ୍ଷିଣ ଗେବାଠାରୁ ରିମ୍ମୋନ ପର୍ଯ୍ୟନ୍ତ ଭୂମି ସମତଳ ଭୂମିରେ ପରିଣତ ହେବ। କିନ୍ତୁ ଯିରୁଶାଲମ ତା’ ସ୍ଥାନରୁ ଉଚ୍ଚରେ ଠିଆ ହେବ। ଏହା ବିନ୍ୟାମୀନ ଫାଟକଠାରୁ ପ୍ରଥମ ଫାଟକ ପର୍ଯ୍ୟନ୍ତ ହନ୍ନେଲର କୋଣ ଫାଟକଠାରୁ ରାଜାଙ୍କର ଦ୍ରାକ୍ଷାକ୍ଷେତ୍ର ପର୍ଯ୍ୟନ୍ତ ବିସ୍ତୁତ ହେବ।


ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।


ମହାଯାଜକ ଇଲିୟାଶୀ‌‌‌‌ବ୍‌‌‌‌ର ପୁତ୍ର ଯିହୋୟାଦାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ପୁତ୍ର ହାରୋଣୀୟ ସ‌ନ୍‌ବଲ୍ଲଟ୍‌ର ଜ୍ୱାଇଁ ଥିଲା। ମୁଁ ସେହି ଲୋକଙ୍କୁ ମୋ'ଠାରୁ ଗ୍ଭଲିଯିବା ପାଇଁ ବାଧ୍ୟ କରିଥିଲି।


କୋଣର ଉଠାଣୀ ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ଭଗ୍ନ ଅଂଶ ଗଠନ କଲେ।


ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ତାଙ୍କୁ ମନେ କର ଓ ସେ ତୁମ୍ଭର ପଥସବୁ ସରଳ କରିବେ।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ। ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ। ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।


ଯାଜକମାନେ ଓ ଲେବୀୟମାନେ ନିଜ ନିଜକୁ ଶୁଚି କଲେ। ଆଉ ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।


ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ, ଏହା ପରେ ଆମ୍ଭେ ସମସ୍ତ ଦ୍ୱାରରେ କବାଟ ଲଗାଇଲୁ। ଏହା ପରେ, ମୁଁ ଦ୍ୱାରପାଳ ଗାୟକ ଓ ଲେବୀୟମାନଙ୍କୁ ନିଯୁକ୍ତ କଲି।


ଏହା ପରେ ସ‌ନ୍‌ବଲ୍ଲଟ୍, ଟୋବିୟ, ଆରବୀୟ ଗେଶମ ଓ ଆମ୍ଭମାନଙ୍କ ଶତ୍ରୁମାନେ ଶୁଣିଲେ ଯେ, ମୁଁ ପ୍ରାଚୀର ନିର୍ମାଣ କରି ସାରିଛି। ପ୍ରାଚୀରରେ ଆଉ ଗର୍ତ୍ତ ନ ଥିଲା, ମାତ୍ର କବାଟସବୁ ଫାଟକରେ ଲାଗି ନାହିଁ।


ତା'ର ନିକଟକୁ ସବ୍ବୟର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।


“ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ‘ଯେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ତା'ର ଆପଣା ଗୃହକୁ ଯାଉ। ନଚେତ୍ ସେ ଯେବେ ମରିଯାଏ, ତେବେ ଅନ୍ୟ ଲୋକ ସେ ଗୃହରେ ପ୍ରବେଶ କରିବ।


ଯେଶୂୟ ଯୋୟାକୀ‌‌‌‌‌‌ମ୍‌‌‌‌‌‌ର ପିତା ଥିଲେ, ଯୋୟାକୀମ୍ ଇଲିୟାଶୀବର ପିତା ଥିଲେ ଓ ଇଲିୟାଶୀବ ଯୋୟାଦର ପିତା ଥିଲେ।


ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର। ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ।


“ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ।


ତା'ପରକୁ ହ‌କ୍‌କୋସର ପୌତ୍ର ଊରିୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ୱାରଠାରୁ ଇଲିୟାଶୀବର ଗୃହ ପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ।


ଏଥି ପୂର୍ବରୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରସ୍ଥିତ କୋଠରୀ ସବୁର ଦାୟିତ୍ୱ ଇଲିୟାଶୀ‌‌‌‌ବଙ୍କୁ ଦିଆଗଲା। ଇଲିୟାଶୀବ୍ ଯାଜକ ଟୋବିୟର କୁଟୁମ୍ବ ଥିଲା।


Swiv nou:

Piblisite


Piblisite