Biblia Todo Logo
Bib sou entènèt

- Piblisite -




ନିହିମୀୟା 4:15 - ପବିତ୍ର ବାଇବଲ

15 ଏହା ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି। ଏହା ସେମାନେ ଶୁଣିବାରୁ ଆମ୍ଭେମାନେ ପ୍ରତ୍ୟେକ ପ୍ରାଚୀରରେ ନିଜ ନିଜ କାର୍ଯ୍ୟକୁ ଫେରିଗଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ଵର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।

Gade chapit la Kopi

ଓଡିଆ ବାଇବେଲ

15 ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣା ଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପରେ ଆମ୍ଭମାନଙ୍କ ଶତ୍ରୁଗଣର ମନ୍ତ୍ରଣା ଆମ୍ଭମାନଙ୍କୁ ଜଣାଯାଇଅଛି ଓ ପରମେଶ୍ୱର ତାହା ବିଫଳ କରିଅଛନ୍ତି, ଏହା ସେମାନେ ଶୁଣନ୍ତେ, ଆମ୍ଭେମାନେ ପ୍ରତ୍ୟେକେ ପ୍ରାଚୀରରେ ଆପଣା ଆପଣା କାର୍ଯ୍ୟକୁ ଫେରିଗଲୁ।

Gade chapit la Kopi




ନିହିମୀୟା 4:15
13 Referans Kwoze  

ଅବଶାଲୋମ ଓ ସମସ୍ତ ଇସ୍ରାଏଲୀୟ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ ଥିଲା।” ସେମାନେ ଏହା କହିଲେ କାରଣ ଅଦରକାରୀ ଏହି ପ୍ରକାରେ ଅବଶାଲୋମକୁ ଦଣ୍ତ ଦେବା ପାଇଁ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସଦାପ୍ରଭୁ ସ୍ଥିର କରିଥିଲେ।


ପରମେଶ୍ୱରଙ୍କ କାମ କରିବାରେ ଉତ୍ସାହ ପ୍ରକାଶ କର। ତାଙ୍କ ସେବା କାର୍ଯ୍ୟରେ ଆଳସ୍ୟ କର ନାହିଁ। ପରମେଶ୍ୱରଙ୍କୁ ସେବା କଲାବେଳେ ଆତ୍ମିକ ଭାବରେ ଉଦ୍‌‌ଯୋଗ ହୁଅ।


ଆମ୍ଭେ ମିଥ୍ୟାବାଦୀମାନଙ୍କର ମିଥ୍ୟାକୁ ପ୍ରମାଣ କରୁ। ଆମ୍ଭେ ନିର୍ବୋଧମାନଙ୍କର ଯାଦୁକାରୀ କାର୍ଯ୍ୟ ବିଫଳ କରୁ। ଜ୍ଞାନୀମାନଙ୍କର ଜ୍ଞାନକୁ ପ୍ରତିହତ କରୁ ଓ ସେମାନଙ୍କର ଜ୍ଞାନକୁ ଅଜ୍ଞାନତାରେ ପରିଣତ କରୁ।


ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ଯ୍ୟର ଯତ୍ନ ନିଅ। ନିଜ ହାତରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।


“ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ୟକ୍ତି କୌଣସି ସ୍ଥାନକୁ ଯାତ୍ରା କଲାବେଳେ ଗ୍ଭକରମାନଙ୍କ ଉପରେ ନିଜ ଘରର ଦାୟିତ୍ୱ ଛାଡ଼ି ଦେଇଯାଏ ଓ ପ୍ରତ୍ୟେକ ଗ୍ଭକରକୁ ତା'ର ନିର୍ଦ୍ଦିଷ୍ଟ କାମ ଦେଇଥାଏ ଏବଂ ଦ୍ୱାରପାଳକକୁ ସଦାବେଳେ ପ୍ରସ୍ତୁତ ହୋଇ ରହିବାକୁ ଆଦେଶ ଦେଇଥାଏ।


ତୁମ୍ଭେମାନେ ଯୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ୟ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହେବ ନାହିଁ। ତୁମ୍ଭର ସୈନ୍ୟମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହେବ। କାହିଁକି ଏହା ଘଟିବ। କାରଣ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।


ଜଣେ ଲୋକ ଦାଉଦଙ୍କୁ କହିଲେ, “ଅବଶାଲୋମଙ୍କର ଚକ୍ରାନ୍ତକାରୀମାନଙ୍କ ସହିତ ଅହୀଥୋଫଲ ଅଛି।” ତା'ପରେ ଦାଉଦ ପ୍ରାର୍ଥନା କଲେ, “ହେ ମୋର ସଦାପ୍ରଭୁ, ଦୟାକରି ଅହୀଥୋଫଲର ଉପଦେଶକୁ ଅଦରକାରୀ କର।”


ଆଉ ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ସାଞ୍ଚୁଆ ଧରି ରହିଲେ। ପୁଣି ଅଧିକାରୀମାନେ ଯିହୁଦାର ସମସ୍ତ ପରିବରର ପଛରେ ରହିଲେ।


Swiv nou:

Piblisite


Piblisite