Biblia Todo Logo
Bib sou entènèt

- Piblisite -




ନିହିମୀୟା 5:1 - ପବିତ୍ର ବାଇବଲ

1 ଅନେକ ଲୋକେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣର ମହାକ୍ରନ୍ଦନ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ଵର ଉତ୍ତୋଳନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଲୋକମାନଙ୍କର ଓ ସେମାନଙ୍କ ଭାର୍ଯ୍ୟାଗଣ ସ୍ୱର ଉତ୍ତୋଳନ କଲେ।

Gade chapit la Kopi




ନିହିମୀୟା 5:1
15 Referans Kwoze  

ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।


ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।


“ତା’ ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧ୍ୟରେ କଳି କରୁଥିବାର ଦେଖିଲେ। ସେ ସେମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବାକୁ ଚେଷ୍ଟା କଲେ ଓ କହିଲେ, ‘ହେ ଲୋକମାନେ, ତୁମ୍ଭେମାନେ ପରସ୍ପର ଭାଇ ଭାଇ। ତୁମ୍ଭେମାନେ ପରସ୍ପର ଭିତରେ କାହିଁକି କଳି କରୁଛ?’


ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥା’ନ୍ତି। ଯାହା ଠିକ୍, ତାହା ପରମେଶ୍ୱର ତାହାଙ୍କ ଲୋକଙ୍କୁ ସଦାବେଳେ ଦେଇଥା’ନ୍ତି। ନିଜ ଲୋକଙ୍କୁ ଉତ୍ତର ଦେବାରେ ପରମେଶ୍ୱର ଆଦୌ ବିଳମ୍ବ କରିବେ ନାହିଁ।


ସେହି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳରେ ସେହି ଗରିବମାନେ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ୱର ମଧ୍ୟ ସେମାନଙ୍କ ଡାକକୁ ଶୁଣନ୍ତି।


ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ।


ଏହିପରି ମୁଁ କି ମୋର ଭାଇମାନେ କି ମୋର ଦାସମାନେ କିଅବା ମୋ’ ପଶ୍ଚା‍ଦ୍‍ବର୍ତ୍ତୀ ପ୍ରହରୀମାନେ କେହି ଆପଣା ଦେହରୁ ବସ୍ତ୍ର କାଢ଼ିଲୁ ନାହିଁ। ପ୍ରତ୍ୟେକ ଲୋକର ତା’ ପାଖରେ ସର୍ବଦା ଅସ୍ତ୍ର ରଖିଲେ।


ସିଦିକିୟ ରାଜା ଯିରୁଶାଲମ ଲୋକମାନଙ୍କ ସହିତ ଏହି ନିୟମ କରିଥିଲେ ଯେ ପ୍ରତ୍ୟେକ ନିଜ ନିଜ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରି ବିଦାୟ ଦେବେ। କେହି ସେମାନଙ୍କୁ ଅର୍ଥାତ୍ ନିଜ ଯିହୁଦୀୟ ଭ୍ରାତାକୁ ଦାସ୍ୟକର୍ମ କରାଇବେ ନାହିଁ। ସିଦିକିୟ ଏହି ନିୟମ କଲାପରେ ସଦାପ୍ରଭୁଙ୍କ ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ହେ ଇସ୍ରାଏଲର ଅଧିପତିମାନେ, ଯଥେଷ୍ଟ! ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ। ତୁମ୍ଭେମାନେ ଲୋକମାନଙ୍କ ପ୍ରତି ନିଷ୍ଠୁରତା ଓ ଧନ ଅପହରଣ କରିବା ଦୂର କର। ଆଉ ସେମାନଙ୍କ ପ୍ରତି ନ୍ୟାୟ ଓ ଯଥାର୍ଥ ବିଗ୍ଭର କର। ମୋର ଲୋକମାନଙ୍କଠାରୁ ଭୂମି ନେଇଯିବା ବନ୍ଦ କର।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।


ଏପରିକି ଯଦି ତୁମ୍ଭେମାନେ ପୁଣି ଯଜ୍ଞବେଦି ତୁମ୍ଭ ଲୁହରେ ବୁଡ଼ାଇ ଦେବାକୁ ଚେଷ୍ଟା କର, ସେ ତୁମ୍ଭମାନଙ୍କର ଉପହାର ଗ୍ରହଣ କରିବେ ନାହିଁ। ତୁମ୍ଭେ ଆଣିଥିବା ଜିନିଷରେ ସେ ଖୁସୀ ହେବେ ନାହିଁ।


Swiv nou:

Piblisite


Piblisite