Biblia Todo Logo
Bib sou entènèt

- Piblisite -




ନିହିମୀୟା 5:10 - ପବିତ୍ର ବାଇବଲ

10 ମୁଁ, ମୋର ଆତ୍ମୀୟଗଣ ଏବଂ ମୋର ଦାସମାନେ ଅନ୍ୟମାନଙ୍କୁ ଟଙ୍କା ଏବଂ ଶସ୍ୟର ଉଧାର ଦେଉଅଛୁ। କିନ୍ତୁ ଆସ ସେମାନଙ୍କଠାରୁ ସୁଧ ଆଦାୟ କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମୁଁ ବିନୟ କରୁଅଛି, ଆମ୍ଭେମାନେ ଏହି ସୁଧ ଛାଡ଼ି ଦେଉ।

Gade chapit la Kopi

ଓଡିଆ ବାଇବେଲ

10 ମଧ୍ୟ ମୁଁ, ମୋ’ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମଧ୍ୟ ମୁଁ, ମୋʼ ଭାଇମାନେ ଓ ମୋହର ଦାସମାନେ ସୁଧରେ ସେମାନଙ୍କୁ ମୁଦ୍ରା ଓ ଶସ୍ୟ ଋଣ ଦେଉଅଛୁ। ମାତ୍ର ଆମ୍ଭେମାନେ ଏହି ଋଣ ଉପରେ ସୁଧ ନେବା ବନ୍ଦ କରିବା ଉଚିତ।

Gade chapit la Kopi




ନିହିମୀୟା 5:10
18 Referans Kwoze  

ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ।


ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ,


ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ।


ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସେମାନଙ୍କ ନିକଟକୁ ଆସେ। ସେହି ଲୋକମାନେ ନିଜ ନିଜ ଶଯ୍ୟା ଉପରେ ପଡ଼ିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତେବେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ଯ୍ୟକାରୀ କରନ୍ତି। କାରଣ ସହଜରେ ସେ କାର୍ଯ୍ୟ କରିବାକୁ ତାଙ୍କର ସେ ଶକ୍ତି ଥାଏ।


ଏବଂ ଘୃଣ୍ୟ କର୍ମ କରେ, ଋଣ ଦେଇ ସୁଧ ଆଦାୟ କରେ, ସେ ବଞ୍ଚିବ କି? ନିଶ୍ଚିତ ଭାବରେ ନୁହେଁ। ସେ ନିଶ୍ଚିତ ଭାବରେ ମରିବ କାରଣ ସେ ସବୁ ଘୃଣ୍ୟ କାର୍ଯ୍ୟ କରେ। ଏବଂ ସେ ତା'ର ନିଜର ମୃତ୍ୟୁ ପାଇଁ ଦାୟୀ ରହିବ।


ସେ ଋଣ ଦେଇ ସୁଧ ନେଇ ନାହିଁ କିମ୍ବା ସୁଧ ଦାବି କରି ନାହିଁ। ସେ ମନ୍ଦରୁ ଦୂରରେ ରହେ ଏବଂ ସମସ୍ତଙ୍କୁ ଉତ୍ତମ ବ୍ୟବହାର କରେ।


ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।


ମୁଁ ଏ ବିଷୟରେ ଚିନ୍ତା କଲି, ତା'ପରେ ମୁଁ କୁଳିନମାନଙ୍କ ଓ ଅଧିକାରୀମାନଙ୍କ ବିରୁଦ୍ଧରେ ଏକ ନ୍ୟାୟିକ ବାଦାନୁବାଦ କଲି। ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ତୁମ୍ଭ ଭାଇମାନଙ୍କଠାରୁ ସୁଧ ନେଉଛ, ତୁମ୍ଭର ସେଇଟା ବନ୍ଦ କରିବା ଉଚିତ୍।” ଏହା ପରେ ମୁଁ ଏକ ମହାସଭା ଡାକିବି।


ମୁଁ ତାଙ୍କୁ ଆହୁରି ମଧ୍ୟ କହିଲି, “ତୁମ୍ଭେମାନେ କିଛି ଭଲ କରୁ ନାହଁ। ତୁମ୍ଭେ ଏହା ଜାଣ ତୁମ୍ଭର ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ତୁମ୍ଭେମାନେ ଆମ୍ଭମାନଙ୍କର ଶତ୍ରୁଗଣଙ୍କୁ ଆମ୍ଭମାନଙ୍କୁ ପରିହାସ କରିବାର ସୁଯୋଗ ଦେବା ଉଚିତ୍ ନୁହେଁ।


ତୁମ୍ଭେମାନେ ଆଜି ନିଶ୍ଚିତ ସେମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଏବଂ ଗୃହ ଫେରାଇ ଦେବ। ଏହାକୁ ବର୍ତ୍ତମାନ ଫେରାଇ ଦିଅ ଏବଂ ତୁମ୍ଭେମାନେ ସେମାନଙ୍କର ମୁଦ୍ରା, ଶସ୍ୟ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭେମାନେ ସେମାନଙ୍କଠାରୁ ସୁଧ ହିସାବରେ ନେଇଥିଲ।”


“ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ଯୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦେବାର ଓ ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?


ଏହାର ବ୍ୟବସ୍ଥା ଏହିପରି ହେବ ଯେକେହି ଆପଣା ପ୍ରତିବାସୀକୁ କରଜ ଦେଇଛି ତାହା ସେ ଛାଡ଼ କରିଦେବ। ସେ ତା'ର ପଡ଼ୋଶୀଙ୍କୁ ଋଣ ପରିଶୋଧ ନିମନ୍ତେ ପଗ୍ଭରିବା ଉଚିତ୍ ନୁହଁ। କାରଣ ସଦାପ୍ରଭୁ ବ୍ୟବସ୍ଥା ଅନୁଯାୟୀ ସେ ଏହାକୁ ଋଣ ଛାଡ଼ର ବର୍ଷ ଘୋଷଣା କରିଛନ୍ତି।


“ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ ତାଙ୍କର ନିର୍ଦ୍ଦେଶସବୁ ମାନିବୁ। ଏବଂ ଏକ ତୃତୀୟାଂଶ ଶେକଲ ରୂପା ପ୍ରତି ବର୍ଷ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟ ପାଇଁ ଦେବୁ।


ସେ କାହାରି ପ୍ରତି ଅନ୍ୟାୟ କରି ନାହିଁ। ଆଉ ସେ ଋଣଗ୍ରହୀତାକୁ ତା'ର ବନ୍ଧକ ଫେରାଇ ଦେଇଛି। ସେ ତାହାର କିଛି ଗ୍ଭେରି କରି ନାହିଁ। ସେ ଆପଣାର ଭକ୍ଷ୍ୟ ଦ୍ରବ୍ୟକୁ କ୍ଷୁଧାର୍ତ୍ତକୁ ଦେଇଅଛି ଓ ଉଲଗ୍ନ ଲୋକକୁ ବସ୍ତ୍ର ଦେଇଅଛି।


Swiv nou:

Piblisite


Piblisite