Biblia Todo Logo
Bib sou entènèt

- Piblisite -




ନିହିମୀୟା 5:5 - ପବିତ୍ର ବାଇବଲ

5 ଧନୀଲୋକମାନଙ୍କୁ ଦେଖ! ଆମ୍ଭେମାନେ ଠିକ୍ ତାଙ୍କରି ପରି ଅଟୁ। ଆମ୍ଭମାନଙ୍କର ପୁତ୍ରମାନେ ଠିକ୍ ତାଙ୍କରି ପୁତ୍ରମାନଙ୍କପରି ଅଟନ୍ତି। କିନ୍ତୁ ଆମ୍ଭେମାନେ ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିବୁ। ଆମ୍ଭମାନଙ୍କ ମଧ୍ୟରୁ ଅନେକ ତାଙ୍କର କନ୍ୟାଗଣଙ୍କୁ ଦାସୀ ଭାବରେ ବିକ୍ରୟ କରି ସାରିଲେଣି। ଏପରି ଆଉ କିଛି ନାହିଁ ଯାହା ଆମ୍ଭେ ନ କରି ପାରିବା। ଆମ୍ଭେମାନେ ଆମ୍ଭ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ହରାଇ ସାରିଲୁଣି, ଯାହାକି ବର୍ତ୍ତମାନ ଅନ୍ୟ ଲୋକମାନଙ୍କ ଅଧିକାରରେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣକୁ ଦାସ ହେବା ପାଇଁ ଦାସତ୍ଵାବସ୍ଥାକୁ ଆଣୁଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀତ୍ଵାବସ୍ଥାକୁ ଅଣାଯାଇ ସାରିଲେଣି; ଆଉ, ଆମ୍ଭମାନଙ୍କର କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଧରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”

Gade chapit la Kopi




ନିହିମୀୟା 5:5
10 Referans Kwoze  

ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ଦଳର ମଧ୍ୟରୁ ଜଣକର ଭାର୍ଯ୍ୟା ଇଲୀଶାୟଙ୍କ ସମ୍ମୁଖରେ ଆସି କ୍ରନ୍ଦନ କରି କହିଲା, “ଆପଣଙ୍କର ଦାସ ଯିଏ ମୋର ସ୍ୱାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଏକ ମନୁଷ୍ୟଠାରୁ ଟଙ୍କା କରଜ କରିଥିଲେ ଓ ସେହି ମହାଜନ ମୋର ଦୁଇପୁତ୍ରଙ୍କୁ ଦାସ କରିନେବାକୁ ଆସିଅଛି।”


ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦେବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ନିଜକୁ ନ ଲୁଗ୍ଭଇବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?”


ଆସ ଏହି ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦେବା। ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ।” ତାଙ୍କର ଭାଇମାନେ ଏଥିରେ ରାଜି ହୋଇଗଲେ।


ରାଜାଙ୍କୁ ଋଣ ପରିଶୋଧ କରିବା ପାଇଁ ଗ୍ଭକର ପାଖରେ କିଛି ହେଲେ ନ ଥିଲା। ରାଜା ଆଦେଶ ଦେଲେ ଯେ, ଗ୍ଭକରର ସବୁ ଜିନିଷ ଏପରିକି ତା'ର ସ୍ତ୍ରୀ ଓ ପିଲାପିଲିଙ୍କୁ ବିକ୍ରି କରିଦେଇ ଋଣ ପରିଶୋଧ କରାଯିବ।


ଏହା ପରେ ଲାବନ କହିଲେ, “ଏହା ଆଶ୍ଚର୍ଯ୍ୟ! ତୁମ୍ଭେ ମୋ’ ବଂଶଧର।” ତେଣୁ ଯାକୁବ ଲାବନଙ୍କ ଘରେ ଏକ ମାସ ରହିଲେ।


ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।


ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି ଋଣୀ ମହାଜନର ଦାସ ହୁଏ।


Swiv nou:

Piblisite


Piblisite