Biblia Todo Logo
Bib sou entènèt

- Piblisite -




ନିହିମୀୟା 6:1 - ପବିତ୍ର ବାଇବଲ

1 ଏହା ପରେ ସ‌ନ୍‌ବଲ୍ଲଟ୍, ଟୋବିୟ, ଆରବୀୟ ଗେଶମ ଓ ଆମ୍ଭମାନଙ୍କ ଶତ୍ରୁମାନେ ଶୁଣିଲେ ଯେ, ମୁଁ ପ୍ରାଚୀର ନିର୍ମାଣ କରି ସାରିଛି। ପ୍ରାଚୀରରେ ଆଉ ଗର୍ତ୍ତ ନ ଥିଲା, ମାତ୍ର କବାଟସବୁ ଫାଟକରେ ଲାଗି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ଵାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁଙ୍କୁ ଦିଆଗଲା; ତଥାପି ଏସମୟରେ ମୁଁ ନଗରଦ୍ଵାରସବୁରେ କବାଟ ଝୁଲାଇ ନ ଥିଲି।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ବାଦ ସନ୍‍ବଲ୍ଲଟ୍‍ ଓ ଟୋବୀୟ ଓ ଆରବୀୟ ଗେଶମ୍‍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗରଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନ ସ୍ଥାନ ନାହିଁ, ଏହି ସମ୍ବାଦ ସନ୍‍ବଲ୍ଲଟ୍‍ ଓ ଟୋବୀୟ ଓ ଆରବୀୟ ଗେଶମ୍‍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁମାନେ ଜାଣିଲେ; ଏହି ସମୟରେ ମୁଁ ନଗର-ଦ୍ୱାରସବୁରେ କବାଟ ଝୁଲାଇ ନ ଥିଲି।

Gade chapit la Kopi




ନିହିମୀୟା 6:1
10 Referans Kwoze  

କିନ୍ତୁ ହୋରୋଣୀୟ ସ‌ନ୍‌ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଓ ଆରବୀୟ ଗେଶମ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ କଲେ ଓ ଘୃଣା କଲେ। ସେମାନେ କହିଲେ, ତୁମ୍ଭେମାନେ କ’ଣ ଏ କି କାର୍ଯ୍ୟ କରୁଅଛ? “ତୁମ୍ଭେମାନେ କ’ଣ ରାଜଦ୍ରୋହ କରୁଅଛ?”


ହାରୋଣୀୟ ସ‌ନ୍‌ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଅଧିକାରୀଗଣ ଅତିଶୟ ଦୁଃଖିତ ହେଲେ, ଯେତେବେଳେ ସେମାନେ ଶୁଣିଲେ ଯେ, ଜଣେ ବ୍ୟକ୍ତି ଇସ୍ରାଏଲର ସନ୍ତାନଗଣଙ୍କୁ ସାହାଯ୍ୟ କରିବା ପାଇଁ ଆସିଅଛି।


ସ‌ନ୍‌ବଲ୍ଲଟ୍ ଯେତେବେଳେ ଶୁଣିଲା ଯେ ପ୍ରାଚୀର ଗଢ଼ା ହୋଇଚି, ସେ ଅତିଶୟ କୋପିତ ହୋଇ ଯିହୁଦୀୟଙ୍କୁ ପରିହାସ କଲା।


ହସନାୟାର ପୁତ୍ରମାନେ ମତ୍ସ୍ୟଦ୍ୱାର ଗଠନ କଲେ। ସେମାନେ ତାର କଡ଼ି ଚଢ଼ାଇଲେ, ତା'ର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।


ଇଲିୟାଶୀବ ମହାଯାଜକ ଥିଲେ, ଇଲିୟାଶୀବ ଓ ତାଙ୍କର ସାଥୀ ଯାଜକମାନେ ମେଷ ଫାଟକ ଗଠନ କରିବାକୁ ଗଲେ। ସେମାନେ ସେହି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ୱାର ସ୍ଥାପନ କଲେ। ସେମାନେ ସହସ୍ର ଦୁର୍ଗର ଓ ହନନେଲ ଦୁର୍ଗର କାର୍ଯ୍ୟ କଲେ।


“ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ।


ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ, ପୁରୁଣା ଫାଟକ ଲଗାଇଲେ। ସେମାନେ ତହିଁର କଡ଼ି କବାଟ, କ‌‌‌‌ବ୍‌‌‌‌ଜା ଓ ଅର୍ଗଳ ଲଗାଇଲେ।


ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ, ଏହା ପରେ ଆମ୍ଭେ ସମସ୍ତ ଦ୍ୱାରରେ କବାଟ ଲଗାଇଲୁ। ଏହା ପରେ, ମୁଁ ଦ୍ୱାରପାଳ ଗାୟକ ଓ ଲେବୀୟମାନଙ୍କୁ ନିଯୁକ୍ତ କଲି।


ଏଥି ପୂର୍ବରୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରସ୍ଥିତ କୋଠରୀ ସବୁର ଦାୟିତ୍ୱ ଇଲିୟାଶୀ‌‌‌‌ବଙ୍କୁ ଦିଆଗଲା। ଇଲିୟାଶୀବ୍ ଯାଜକ ଟୋବିୟର କୁଟୁମ୍ବ ଥିଲା।


Swiv nou:

Piblisite


Piblisite