Biblia Todo Logo
Bib sou entènèt

- Piblisite -




ନିହିମୀୟା 6:10 - ପବିତ୍ର ବାଇବଲ

10 ଦିନେ ମୁଁ ମହେଟବେଲର ପୁତ୍ର ଦଲାୟ, ଦଲାୟର ପୁତ୍ର ଶମୟିୟ ନିକଟକୁ ଗଲି। ମାତ୍ର ତାକୁ ତା'ର ଗୃହରେ ବନ୍ଦ କରାଯାଇ ଥିଲା। ମୁଁ ତାହା ଗୃହକୁ ଗଲି ସେ କହିଲା, “ଆସ ଆମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଭିତରେ ସାକ୍ଷାତ କରିବା ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରିବା। କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ। ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥି ଉତ୍ତାରେ ମହେଟବେଲର ପୌତ୍ର ଦଲାୟର ପୁତ୍ର ଯେଉଁ ଶମୟୀୟ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, ଆମ୍ଭେମାନେ ପରମେଶ୍ଵରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ଵାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।

Gade chapit la Kopi

ଓଡିଆ ବାଇବେଲ

10 ଏହା ପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହାପରେ ମହେଟବେଲର ପୌତ୍ର ଦଲୟିୟର ପୁତ୍ର ଯେଉଁ ଶମୟୀୟ ଗୃହରେ ରୁଦ୍ଧ ଥିଲା, ମୁଁ ତାହା ଗୃହକୁ ଗଲି, ତହୁଁ ସେ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କ ଗୃହରେ, ମନ୍ଦିର ମଧ୍ୟରେ ଏକତ୍ରିତ ହେଉ ଓ ମନ୍ଦିରର ଦ୍ୱାରସବୁ ବନ୍ଦ କରୁ; କାରଣ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ; ରାତ୍ରିରେ ସେମାନେ ତୁମ୍ଭକୁ ବଧ କରିବାକୁ ଆସିବେ।”

Gade chapit la Kopi




ନିହିମୀୟା 6:10
21 Referans Kwoze  

ତା'ପରେ ଯିରିମିୟ ବାରୂକକୁ କହିଲେ, “ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ଯାଇପାରିବି ନାହିଁ, କାରଣ ମୋତେ ମନ୍ଦିରରେ ପ୍ରବେଶ କରିବାକୁ ମନା।


ପୁରା ନଗରଟାରେ ଉତ୍ତେଜନା ସୃଷ୍ଟି ହୋଇଗଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନେଇଗଲେ। ସଙ୍ଗେ ସଙ୍ଗେ ଦ୍ୱାର ଗୁଡ଼ିକ ବନ୍ଦ ହୋଇଗଲା।


ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା'ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ।


“ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି।


“ଆମ୍ଭେ ଇଚ୍ଛାକରୁ, ତୁମ୍ଭର କେହି ଯାଜକ ଦ୍ୱାର ବନ୍ଦ କରିଦିଅନ୍ତୁ। ତା'ହେଲେ ତୁମ୍ଭେ ମୋର ବେଦିରେ ଅନୁପଯୋଗୀ ଅଗ୍ନି ଜଳାଇ ପାରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠାରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନୈବେଦ୍ୟ ଗ୍ରହଣ କରିବୁ ନାହିଁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।


ତା'ପରେ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କଲା ଓ ମୋର ପାଦ ଉପରକୁ ନେଇଗଲା। ତା'ପରେ ସେ ମୋତେ କହିଲା, “ଯାଅ, ଏବଂ ତୁମ୍ଭେ ଆପଣା ଗୃହ ମଧ୍ୟରେ ନିଜକୁ ରୁଦ୍ଧ କରି ରଖ,


ଜଣେ ଦୁଷ୍ଟ ମନୁଷ୍ୟ ତା'ର କୁବାକ୍ୟଗୁଡ଼ିକରେ ତା'ର କୁମୁଖରେ ପ୍ରତିବାସୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ଜ୍ଞାନର ସହିତ ସେମାନଙ୍କୁ ରକ୍ଷା କରନ୍ତି।


ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।


ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି। ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।


ମାତ୍ର ମୁଁ ଜାଣିଲି ଶମୟିୟଙ୍କୁ ପରମେଶ୍ୱର ପଠାଇ ନ ଥିଲେ। ତଥାପି ସେ ମୋ’ ପ୍ରତିକୂଳରେ ଏହି ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲା। କାରଣ ଟୋବିୟ ଓ ସ‌ନ୍‌ବଲ୍ଲଟ୍ ତାହାକୁ ବେତନ ଦେଇଥିଲେ।


ହାରିମର ବଂଶଧରଗଣ ମଧ୍ୟରୁ ଇଲୀୟେଷର, ଯିଶିୟ, ମଲ୍ଲିୟ, ଶମୟିୟ, ଶିମିୟୋନ,


ତେଣୁ ମୁଁ ଇଲୀୟେଷର, ଅରୀୟେଲ, ଶମୟିୟ, ଇ‌‌‌‌ଲ୍‌‌‌‌‌‌‌ନାଥନ, ଯାରିବ୍, ଇ‌‌‌‌ଲ୍‌‌‌‌‌‌‌ନାଥନ, ନାଥନ, ଜିଖରିୟ ଓ ମଶୁଲ୍ଲମ୍ ଏହି ପ୍ରଧାନ ଲୋକମାନଙ୍କୁ ମଧ୍ୟ ଯୋୟାରୀବ ଓ ଇ‌‌‌‌ଲ୍‌‌‌‌‌‌‌ନାଥନ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।


ସେମାନେ ମନ୍ଦିର ଅଳିନ୍ଦର ଦ୍ୱାରସବୁ ବନ୍ଦ କରିଦେଲେ ଓ ପ୍ରଦୀପର ଶିଖା ଲିଭାଇ ଦେଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସ୍ଥାନରେ ସୁଗନ୍ଧିଧୂପ ଜଳାଇବା ଓ ନୈବେଦ୍ୟ ହୋମବଳି ଉପହାର ଉତ୍ସର୍ଗ କରିବା ବନ୍ଦ କରିଦେଲେ।


ହିଜକିୟ ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାରସବୁ ମରାମତି କଲେ। ହିଜକିୟ ମନ୍ଦିରକୁ ପୁନର୍ବାର ଉନ୍ମୁକ୍ତ କଲେ। ସେ ରାଜା ହେବାର ପ୍ରଥମ ବର୍ଷର ପ୍ରଥମ ମାସରେ ହିଁ ଏହା କଲେ।


ଆହସ୍ ପରମେଶ୍ୱରଙ୍କ ମନ୍ଦିରରୁ ସାମଗ୍ରୀ ସବୁ ନେଲେ ଓ ତାହାକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲେ। ଏହା ପରେ ସେ ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାରସବୁ ବନ୍ଦ କରିଦେଲେ। ସେ ଯଜ୍ଞବେଦିସବୁ ନିର୍ମାଣ କଲେ ଓ ସେଗୁଡ଼ିକୁ ଯିରୁଶାଲମର ଗ୍ଭରିଆଡ଼େ ସ୍ଥାପନ କଲେ।


ତା'ପରେ ଯୋୟାଶ ଓ ଯିହୋଶେବା ସଦାପ୍ରଭୁଙ୍କ ମନ୍ଦିରରେ ଛଅ ବର୍ଷ ଗୋପନରେ ରହିଲେ ଓ ସେତେବେଳେ ଅଥଲିୟା ଯିହୁଦାରେ ରାଜତ୍ୱ କଲେ।


ତେଣୁ ଆହାବ ବଂଶର ସମସ୍ତେ ବିନଷ୍ଟ ହେବେ, ଏପରିକି ଆହବ ବଂଶର ସମସ୍ତ ପୁଂସନ୍ତାନକୁ ବଦ୍ଧ ହେଉ କି ମୁକ୍ତ ହେଉ ଇସ୍ରାଏଲରେ ବିନାଶ ହେବେ, କେହି ପଳାୟନ କରି ପାରିବେ ନାହିଁ।


ଶଲୋମନ ମନ୍ଦିରର ମୂଖ୍ୟ ପାର୍ଶ୍ୱରେ ଏକ ଧାଡ଼ିରେ କୋଠରୀ ନିର୍ମାଣ କଲେ। ଏହି କୋଠରୀଗୁଡ଼ିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସେହି ଧାଡ଼ିର କୋଠରୀଗୁଡ଼ିକ ତିନି ମହଲା ଉଚ୍ଚ ଥିଲା।


ଏହା ପରେ ଅ‌କ୍‌ବୋରର ପୁତ୍ର ବା‌ଲ୍‌ହାନ‌‌ନ୍‌‌ର ମୃତ୍ୟୁପରେ ହଦର ତାହା ପଦରେ ରାଜତ୍ୱ କଲେ। ତାଙ୍କର ରାଜଧାନୀର ନାମ ପାଉ ଓ ତା'ର ସ୍ତ୍ରୀର ନାମ ମହେଟବେଲ୍ ଥିଲା। ସେ ଥିଲେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।


Swiv nou:

Piblisite


Piblisite