Biblia Todo Logo
Bib sou entènèt

- Piblisite -




ନିହିମୀୟା 6:16 - ପବିତ୍ର ବାଇବଲ

16 ପୁଣି ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଏହା ଶୁଣି ଭୟ କଲେ ଓ ସେମାନଙ୍କର ବିଶ୍ୱାସ ହରାଇଲେ। କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାହାଯ୍ୟରେ ହେଲା, ଏହା ସେମାନେ ବୁଝିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତା; ଲଘୁ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।

Gade chapit la Kopi




ନିହିମୀୟା 6:16
16 Referans Kwoze  

ଇସ୍ରାଏଲର ଲୋକମାନେ ନଦୀ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଯର୍ଦ୍ଦନ ନଦୀକୁ ଶୁଷ୍କ ରଖିଲେ। ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜାମାନେ ଓ ଭୂମଧ୍ୟ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାମାନେ ଏହା ଶୁଣିଲେ, ସେତେବେଳେ ସେମାନଙ୍କର ହୃଦୟ ତରଳି ଗଲା ଓ ଇସ୍ରାଏଲୀୟମାନଙ୍କୁ ସମ୍ମୁଖୀନ ହେବା ସକାଶେ ସେମାନେ ସେମାନଙ୍କର ସାହସ ହରାଇଲେ।


ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”


ମାତ୍ର ଯିରୁଶାଲମର ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଗର୍ତ୍ତଗୁଡ଼ିକ ଭର୍ତ୍ତି ହେବା ପାଇଁ ଯାଉଅଛି, ଏହା ଶୁଣି ସ‌ନ୍‌ବଲ୍ଲଟ୍ ଓ ଟୋବିୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅ‌‌‌‌ସ୍‌‌‌‌ଦୋଦୀୟମାନେ ଅତିଶୟ ରାଗି ଗଲେ।


ସ‌ନ୍‌ବଲ୍ଲଟ୍ ଯେତେବେଳେ ଶୁଣିଲା ଯେ ପ୍ରାଚୀର ଗଢ଼ା ହୋଇଚି, ସେ ଅତିଶୟ କୋପିତ ହୋଇ ଯିହୁଦୀୟଙ୍କୁ ପରିହାସ କଲା।


ହାରୋଣୀୟ ସ‌ନ୍‌ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଅଧିକାରୀଗଣ ଅତିଶୟ ଦୁଃଖିତ ହେଲେ, ଯେତେବେଳେ ସେମାନେ ଶୁଣିଲେ ଯେ, ଜଣେ ବ୍ୟକ୍ତି ଇସ୍ରାଏଲର ସନ୍ତାନଗଣଙ୍କୁ ସାହାଯ୍ୟ କରିବା ପାଇଁ ଆସିଅଛି।


ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ସେମାନଙ୍କୁ ଏକୁଟିଆ ଛାଡ଼ିଦିଅ। ଯଦି ସେମାନଙ୍କର ମନ୍ତ୍ରଣା ବା ଏହି କାମ ମନୁଷ୍ୟମାନଙ୍କ ପକ୍ଷରୁ ହୋଇଥାଏ, ତେବେ ତାହା ବିଫଳ ହେବ।


କୈଣସି ଶକ୍ତି ଯାବୁକ ବଂଶକୁ ପରାସ୍ତ କରି ପାରିବ ନାହିଁ କିମ୍ବା କୌଣସି ମନ୍ତ୍ର ଇସ୍ରାଏଲକୁ ନିବୃତ୍ତ କରି ପାରିବ ନାହିଁ। ଏହି କ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ; ‘ପରମେଶ୍ୱର କି କର୍ମ କରିଅଛନ୍ତି।’


ରଥର ଚକଗୁଡ଼ିକ ରଥରୁ ବାହାରିଯିବାରୁ, ସେମାନଙ୍କୁ ରଥଗୁଡ଼ିକ ଆଗେଇ ନେବାକୁ ବହୁତ କଷ୍ଟ ହେଲା। ମିଶରୀୟ ଲୋକମାନେ ଚିତ୍କାର କଲେ, “ଗ୍ଭଲ ଏଠାରୁ ପଳାଇ ଯିବା! ସଦାପ୍ରଭୁ ଇସ୍ରାଏଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରୁଛନ୍ତି।”


ଆହୁରି ସେହି ସମୟରେ ଯିହୁଦାର କୁଳିନମାନେ ଟୋବିୟ ନିକଟକୁ ଅନେକ ପତ୍ର ପଠାଇଲେ ଓ ଟୋବିୟର ନାନା ପତ୍ର ସେମାନଙ୍କ ନିକଟକୁ ଆସିଲା।


ତା'ପରେ ଯିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧ୍ୟରେ ଏକ ଶ୍ରେଷ୍ଠ ସ୍ଥାନ ହେବ। ଲୋକମାନେ ଏପରି ସୁଖରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତାହା ସେମାନେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ଯ୍ୟ ହେବେ।’


“ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।


ଆମ୍ଭେମାନେ ଏହିପରି ମର୍ମନ୍ତୁକ କଥାମାନ ଶୁଣି ଅତ୍ୟନ୍ତ ଭୟଭୀତ ହୋଇ ଯାଇଛୁ ଏବଂ କେହି ତୁମ୍ଭ ବିପକ୍ଷରେ ଯୁଦ୍ଧ କରିବା ପାଇଁ ସାହସ କରୁ ନାହାନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ୱର ଅଟନ୍ତି।


ଏହା ପରେ ସେହି ଲୋକମାନେ ଜାଣିବେ, ଯେ ତୁମ୍ଭେ ମୋତେ ସାହାଯ୍ୟ କଲ। ଏହା ପରେ ସେମାନେ ଜାଣିବେ ଯେ ଏହାଥିଲା ତୁମ୍ଭର ଶକ୍ତି ଯାହାକି ମୋତେ ସାହାଯ୍ୟ କଲା।


ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।


ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି। ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।


Swiv nou:

Piblisite


Piblisite