Biblia Todo Logo
Bib sou entènèt

- Piblisite -




ନିହିମୀୟା 6:9 - ପବିତ୍ର ବାଇବଲ

9 ଏହି ଚିନ୍ତାକରି ସେମାନେ ଆମ୍ଭକୁ ଭୟଭୀତ କଲେ, ସେମାନଙ୍କ ହସ୍ତ ଦୁର୍ବଳ ହେବ ଓ “ପ୍ରାଚୀର କାର୍ଯ୍ୟ ଶେଷ ହେବ ନାହିଁ।” ତେଣୁ ମୁଁ ପ୍ରାର୍ଥନା କରି କହିଲି, “ହେ ମୋର ପରମେଶ୍ୱର, ମୋତେ ସବଳ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ଵର, ମୋହର ହସ୍ତ ସବଳ କର।

Gade chapit la Kopi

ଓଡିଆ ବାଇବେଲ

9 ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି କର୍ମରେ ସେମାନଙ୍କର ହସ୍ତ ଦୁର୍ବଳ ହେଲେ ତାହା ସମାପ୍ତ ନୋହିବ ବୋଲି” ସେସମସ୍ତେ ଆମ୍ଭମାନଙ୍କୁ ଭୀତ କରିବାକୁ ଇଚ୍ଛା କଲେ; ଏଣୁ ହେ ପରମେଶ୍ୱର, ମୋହର ହସ୍ତ ସବଳ କର।

Gade chapit la Kopi




ନିହିମୀୟା 6:9
23 Referans Kwoze  

ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି। ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।


ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।


ତୁମ୍ଭେମାନେ ଦୁର୍ବଳ ହୋଇ ଯାଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର।


ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।


ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।


କିନ୍ତୁ ପ୍ରଭୁ ମୋତେ କହିଲେ, “ତୁମ୍ଭ ପାଇଁ ମୋର ଅନୁଗ୍ରହ ଯଥେଷ୍ଟ। ଯେତେବେଳେ ତୁମ୍ଭେ ଦୁର୍ବଳ, ସେତେବେଳେ ମୋର ଶକ୍ତି ତୁମ୍ଭଠାରେ ପରିପୂର୍ଣ୍ଣତା ଭାବେ ଦେଖା ଦିଏ।” ଅତଏବ ମୁଁ ମୋର ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବାରେ ଆନନ୍ଦ ପାଏ। ଏହା ଦ୍ୱାରା ଖ୍ରୀଷ୍ଟଙ୍କର ଶକ୍ତି ମୋ'ଠାରେ ରହିଥିବ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ଯେତେ ଲୋକ ସେ ସୈନ୍ୟଦଳରେ ଥିଲେ ସମସ୍ତେ ଦୁଃଖ ଓ କ୍ରୋଧି ଥିଲେ, କାରଣ ସେମାନଙ୍କର ପିଲାମାନେ ବନ୍ଦୀ ହୋଇ ଯାଇଥିଲେ। ଲୋକମାନେ ଦାଉଦକୁ ପଥରରେ ମାରିବାକୁ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକୁ ସଦାପ୍ରଭୁ ତାଙ୍କ ପରମେଶ୍ୱରଙ୍କଠାରେ ସବଳ କଲେ।


ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ।


ତେଣୁ ସେହି ଅଧିପତିଗଣ ରାଜାଙ୍କୁ କହିଲେ, “ଆମ୍ଭେମାନେ ଅନୁରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ୟୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଗ୍ଭହୁଁ ନାହିଁ, ବରଂ ସେମାନଙ୍କର ଅମଙ୍ଗଳ ଗ୍ଭହୁଁଛି।”


କିନ୍ତୁ ଆସ, ତୁମ୍ଭେ ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ ଦୃଢ଼ ହୁଅ। ଦୁର୍ବଳ ହୁଅ ନାହିଁ, କାରଣ ତୁମ୍ଭେମାନେ ତୁମ୍ଭମାନଙ୍କର ଉତ୍ତମ କାର୍ଯ୍ୟ ନିମନ୍ତେ ପୁରସ୍କାର ପାଇବ।”


ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି। ମୋତେ ନିରାଶ ହେବାକୁ ଦିଅ ନାହିଁ।


ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର କରେ।


ହେ ପରମେଶ୍ୱର, ଟୋବିୟ ଓ ସ‌ନ୍‌ବଲ୍ଲ‌‌‌ଟ୍‌‌ ଯାହା କରିଛନ୍ତି ମନେ ପକାଅ, ନାରୀ ଭବିଷ୍ୟ‌ଦ୍‌ବକ୍ତା ନୋୟଦିୟା ସହିତ ଅନ୍ୟ ଯାଜକମାନେ ମୋତେ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲେ।


ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ। ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି। ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।


ଏହା ପରେ ଅଶୂରର ରାଜାର ଭୃତ୍ୟମାନେ ଯିରୁଶାଲମର ପ୍ରାଚୀର ଉପରେ ଥିବା ଲୋକମାନଙ୍କୁ ଉଚ୍ଚସ୍ୱରରେ ଡାକିଲେ। ସେହି ଭୃତ୍ୟମାନେ ଯିରୁଶାଲମର ଲୋକମାନଙ୍କୁ ଭୟଭୀତ କରାଇବା ନିମନ୍ତେ ଏହିପରି କଲେ। ସେମାନେ ଯେପରି ଯିରୁଶାଲମ ନଗରକୁ ହସ୍ତଗତ କରି ପାରନ୍ତି, ସେଥିନିମନ୍ତେ ସେହିସବୁ କଥା କହିଲେ।


ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମରେ, ସେମାନେ ସବୁସ୍ଥାନକୁ ଯିବେ।” ଏହା ସଦାପ୍ରଭୁ କହିଥିଲେ।


ସେମାନଙ୍କର ପଡ଼ୋଶୀମାନେ ସେମାନଙ୍କୁ ରୂପା, ସୁନା, ପଶୁ ଏବଂ ଅନ୍ୟାନ୍ୟ ବହୁମୂଲ୍ୟ ଦ୍ରବ୍ୟ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସହିତ ଦେଲେ।


ଏବଂ ମୁଁ ବାବିଲ ରାଜାର ଉଭୟ ବାହୁ ସବଳ କରିବି ଓ ମୋର ‌‌ଖ‌ଡ଼୍‌ଗ ଧରିବାକୁ ଦେବି। କିନ୍ତୁ ମୁଁ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବି। ତେଣୁ ସେ ମୁମୁର୍ଷୁ ଲୋକମାନେ କ୍ରନ୍ଦନ କଲାପରି ବିଳାପ କରିବ।


ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।


Swiv nou:

Piblisite


Piblisite