ନିହିମୀୟା 7:1 - ପବିତ୍ର ବାଇବଲ1 ଆମ୍ଭେ ପ୍ରାଚୀର ନିର୍ମାଣ ସମାପ୍ତ କଲୁ, ଏହା ପରେ ଆମ୍ଭେ ସମସ୍ତ ଦ୍ୱାରରେ କବାଟ ଲଗାଇଲୁ। ଏହା ପରେ, ମୁଁ ଦ୍ୱାରପାଳ ଗାୟକ ଓ ଲେବୀୟମାନଙ୍କୁ ନିଯୁକ୍ତ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ଵାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। Gade chapit laଓଡିଆ ବାଇବେଲ1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। Gade chapit la |
ରାଜା ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ସେମାନଙ୍କର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରତ୍ୟେକ ଦଳର ନିଜସ୍ୱ ବିଶେଷ କାର୍ଯ୍ୟ ରହିଥିଲା। ତେଣୁ ଯାଜକମାନେ ଓ ଲେବୀୟମାନେ ପୁନର୍ବାର ହୋମବଳି ଉପହାର ଓ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବାର କାର୍ଯ୍ୟ କଲେ। ଆଉ ମଧ୍ୟ ପରମେଶ୍ୱର ମନ୍ଦିରରେ ସେବାକାର୍ଯ୍ୟ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରଗୁଡ଼ିକ ନିକଟରେ ପ୍ରଶଂସା ଗାନ କରିବା କାର୍ଯ୍ୟ ସେମାନଙ୍କର ଥିଲା।
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।