Biblia Todo Logo
Bib sou entènèt

- Piblisite -




ନିହିମୀୟା 7:3 - ପବିତ୍ର ବାଇବଲ

3 ଆଉ ମୁଁ ହନାନିକୁ ଓ ହନାନିୟକୁ କହିଲି, “ଦିନରେ ସୂର୍ଯ୍ୟ ପ୍ରଚଣ୍ତ ନ ହେବା ପର୍ଯ୍ୟନ୍ତ ଯେପରି ଫାଟକ ନ ଖୋଲା ଯାଏ, ଆଉ ଲୋକମାନେ ପ୍ରହରୀ କର୍ମରେ ଠିଆ ହେବା ବେଳେ ସୂର୍ଯ୍ୟାସ୍ତ ସମୟରେ ଦ୍ୱାରସବୁ ବନ୍ଦ କରନ୍ତୁ। ପୁଣି ତୁମ୍ଭେମାନେ ଯିରୁଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର। କେତେକ ପ୍ରହରୀ ସେମାନଙ୍କ ଶିବିରରେ ଛିଡ଼ା ହୁଅନ୍ତୁ ଓ ଅନ୍ୟ ପ୍ରହରୀମାନେ ନିଜ ଗୃହର ସମ୍ମୁଖରେ ରହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ମୁଁ ସେମାନଙ୍କୁ କହିଲି, ସୂର୍ଯ୍ୟ ପ୍ରଚଣ୍ତ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ଵାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ଵାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।”

Gade chapit la Kopi




ନିହିମୀୟା 7:3
8 Referans Kwoze  

“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ। ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।


ଏହା ପରେ ବିଶ୍ରାମବାର ପୂର୍ବରୁ ଯିରୁଶାଲମରେ ଯେତେବେଳେ ଅନ୍ଧାର ହେବାକୁ ଲାଗିଲା। ମୁଁ କବାଟସବୁ ବନ୍ଦ କରିବାକୁ ପ୍ରହରୀକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଶେଷ ହେବା ପର୍ଯ୍ୟନ୍ତ ନ ଖୋଲିବାକୁ ଆଜ୍ଞା ଦେଲି। ପୁଣି ବିଶ୍ରାମ ଦିନ ଲୋକମାନଙ୍କୁ ବୋଝ ବୋହିବାରୁ ବିରତ କରିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରମାନଙ୍କରେ ନିଯୁକ୍ତି କଲି।


ସେମାନଙ୍କ ପରେ ବିନ୍ୟାମୀନ ଓ ହଶୂବ୍ ସେମାନଙ୍କ ଆପଣାମାନଙ୍କ ଗୃହଗୁଡ଼ିକ ସମ୍ମୁଖରେ ଭଗ୍ନ ଅଂଶ ମରାମତି କଲେ। ସେମାନଙ୍କ ପରେ ଅନନିୟର ପୁତ୍ର ମାସେୟ, ମାସେୟର ପୁତ୍ର ଅସରିୟ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।


ଏହା ପରେ ମୁଁ ମୋର ଭାଇ ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନିୟକୁ ଯିରୁଶାଲମ ଉପରେ ନିଯୁକ୍ତ କଲି କାରଣ ହନାନିୟ ବିଶ୍ୱସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।


ବର୍ତ୍ତମାନ ନଗର ପ୍ରଶସ୍ତ ଥିଲା। ମାତ୍ର ତହିଁ ମଧ୍ୟରେ ଅଳ୍ପଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା।


ହେ ଯିରୁଶାଲମ, ପରମେଶ୍ୱର ତୁମ୍ଭ ଫାଟକକୁ ଦୃଢ଼ କରିଛନ୍ତି, ଏବଂ ସେ ତୁମ୍ଭ ସହରର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି।


Swiv nou:

Piblisite


Piblisite