Biblia Todo Logo
Bib sou entènèt

- Piblisite -




ନିହିମୀୟା 8:2 - ପବିତ୍ର ବାଇବଲ

2 ସପ୍ତମ ମାସର ପ୍ରଥମ ଦିନରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖରେ ବ୍ୟବସ୍ଥା ପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ସପ୍ତମ ମାସର ପ୍ରଥମ ଦିନରେ ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝିପାରନ୍ତି, ସେସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।

Gade chapit la Kopi




ନିହିମୀୟା 8:2
14 Referans Kwoze  

“ଇସ୍ରାଏଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ୱନି ଦ୍ୱାରା ସ୍ମରଣାର୍ଥକ ପବିତ୍ର ସଭା ହେବ।


ଜଣେ ଯାଜକ ପରମେଶ୍ୱରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ଯାଇ ପରମେଶ୍ୱରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।


“ଆଉ ସପ୍ତମ ମାସର ପ୍ରଥମ ଦିନରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହେବା ଉଚିତ୍। ସେହି ଦିନରେ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ। ସେହି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ୱନି କରିବାର ଦିନ।


ସେମାନେ ଏସବୁ କରିବା ଉଚିତ୍ ନୁହେଁ, କାରଣ ଆରମ୍ଭରୁ ମୋଶାଙ୍କ ବ୍ୟବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗରରେ ଏବେ ମଧ୍ୟ ଅଛନ୍ତି ଏବଂ ତାହାଙ୍କର ବ୍ୟବସ୍ଥା ସମାଜଗୃହମାନଙ୍କରେ ପ୍ରତି ବିଶ୍ରାମବାରରେ ପାଠ କରାଯାଏ।”


“ସଦାପ୍ରଭୁ ଜ୍ଞାନ ଶିକ୍ଷା ଦେବାକୁ ଇଚ୍ଛା କରନ୍ତି ଓ ତାଙ୍କ ସୁସମାଗ୍ଭର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁ‌ଗ୍‌ଧ ପୋଷ୍ୟ ଶିଶୁ ସଦୃଶ ବୁଝିବାକୁ ଅକ୍ଷମ।


“ଏବଂ ସେ ଯେତେବେଳେ ଶାସନ କରିବାକୁ ସିଂହାସନରେ ବସେ, ଲେବୀୟ ଯାଜକମାନେ ରଖିଥିବା ନଳାକାର ନିୟମ ପୁସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।


ଦେଶାଧ୍ୟକ୍ଷ ନିହିମିୟା, ଲିପିକାର ଓ ଯାଜକ ଏଜ୍ରା ଓ ଲେବୀୟମାନେ, ଯେଉଁମାନେ ବୁଝିବାରେ ଲୋକମାନଙ୍କୁ ସାହାଯ୍ୟ କଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ଶୋକ କର ନାହିଁ କି ରୋଦନ କର ନାହିଁ।” ସେମାନେ ଏହା କହିଲେ, କାରଣ ବ୍ୟବସ୍ଥା ବାକ୍ୟ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।


ସେହି ମାସର ଚବିଶ ଦିନରେ ଇସ୍ରାଏଲର ଲୋକମାନେ ଏକତ୍ରିତ ହେଲେ। ସେମାନେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସେମାନଙ୍କ ମୁଣ୍ତରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।


ଇସ୍ରାଏଲର ସମସ୍ତ ଲୋକମାନେ ସେଠାରେ ଉପସ୍ଥିତ ଥିଲେ। ସେଠାରେ ମଧ୍ୟ ସମସ୍ତ ସ୍ତ୍ରୀଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ଉପସ୍ଥିତ ଥିଲେ। ବିଦେଶୀମାନେ ଇସ୍ରାଏଲଗଣ ସହିତ ବାସ କରୁଥିଲେ। ଏବଂ ସେଠାରେ ଯିହୋଶୂୟ ସମସ୍ତ ନିୟମ ପାଠ କରିଥିଲେ, ଯାହାକି ମୋଶାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା।


ଆହୁରି ସେ ପ୍ରଥମ ଦିନାବଧି ଶେଷଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ। ଆଉ ନିୟମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।


ସେହି ଦିନ ସେମାନେ ଲୋକମାନଙ୍କୁ ଜଣାଇବାକୁ ମୋଶାଙ୍କ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା, ଯେ ଅମ୍ମୋନୀୟ ଓ ମୋୟାବୀୟ ଲୋକ କେବେ ପରମେଶ୍ୱରଙ୍କ ସଭାରେ ପ୍ରବେଶ କରିବେ ନାହିଁ।


Swiv nou:

Piblisite


Piblisite