Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:2 - ପବିତ୍ର ବାଇବଲ

2 “ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପାରେ ନିର୍ମିତ ହେବ। ତୁମ୍ଭେ ଲୋକମାନଙ୍କୁ ଏକତ୍ରିତ କରିବା ପାଇଁ ଓ ସେଗୁଡ଼ିକୁ ଯାତ୍ରାଆରମ୍ଭରେ ବ୍ୟବହାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ଡଳୀକୁ ଆହ୍ୱାନ କରିବା ସମୟରେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ସମୟରେ ତାହା ବ୍ୟବହାର କରିବ।

Gade chapit la Kopi




ଗଣନା ପୁସ୍ତକ 10:2
14 Referans Kwoze  

ଲୋକମାନଙ୍କୁ କୁହ ଯେ, ଉପବାସ ପାଇଁ ଗୋଟିଏ ସ୍ୱତନ୍ତ୍ର ସମୟ ହେବ। ସମସ୍ତ ଲୋକଙ୍କୁ ଏକ ସ୍ୱତନ୍ତ୍ର ସଭାକୁ ଆହ୍ୱାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରିତ କର। ସେମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାକୁ ସେମାନଙ୍କୁ କୁହ।


“ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।


ଅମାବାସ୍ୟା ଦିନରେ ମେଣ୍ଢା ତୂରୀ ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।


ପ୍ରଭୁ ଏକ, ବିଶ୍ୱାସ ଏକ ଓ ବାପ୍ତିସ୍ମ ମଧ୍ୟ ଏକ।


“ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପରେ ବାଜପକ୍ଷୀ ପରି ଜଗି ରୁହ। ଇସ୍ରାଏଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସେମାନେ ଆମ୍ଭ ବ୍ୟବସ୍ଥା ବିଷୟକୁ ଅମାନ୍ୟ କରିଛନ୍ତି।


ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।


ଲେବୀୟ ଗାୟକମାନେ ଯଜ୍ଞବେଦିର ପୂର୍ବପଟେ ଠିଆ ହେଲେ। ଆସଫ୍, ହେମନ୍ ଓ ଯିଦୂଥୂ‌ନଙ୍କ ଗାୟକଦଳର ପ୍ରତ୍ୟେକ ସେଠାରେ ଥିଲେ। ଆଉ ସେମାନଙ୍କର ପୁତ୍ରଗଣ ଓ ଭ୍ରାତାଗଣ ମଧ୍ୟ ସେଠାରେ ଥିଲେ। ସେହି ଲେବୀୟ ଗାୟକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ନିକଟରେ ଗିନି, ସାରଙ୍ଗ ଓ ବୀଣାଯନ୍ତ୍ର ଥିଲା। ସେହି ଲେବୀୟ ଗାୟକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସେହି 120 ଜଣ ଯାଜକ ତୂରୀ ବଜାଇଲେ।


ମାତ୍ର ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ମୁଦ୍ରାରେ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ତ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର କିମ୍ବା ରୌପ୍ୟପାତ୍ର ନିର୍ମାଣ କଲେ ନାହିଁ। ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କୁଶଳ ଶ୍ରମିକମାନଙ୍କୁ ମଜୁରୀରେ ବ୍ୟୟ କରାଗଲା।


ଲୋକମାନଙ୍କୁ ଏକତ୍ରିତ କରିବା ସମୟରେ ତୁମ୍ଭେମାନେ ଲଗାତର ଅଧା ସ୍ୱର ନୁହଁ, ଦୀର୍ଘସ୍ୱର କରି ତୂରୀ ବଜାଇବ।


“ଏହା ପରେ ତୁମ୍ଭେମାନେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁବର୍ଣ୍ଣରେ ପିଟା କର୍ମରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।


ଏହା ପରେ ତୁମ୍ଭେମାନେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବଦୂତ କରିବ। ଏବଂ ସେଗୁଡ଼ିକୁ ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


“ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ଯିରୁଶାଲମରେ ଏହିକଥା ପ୍ରଗ୍ଭର କର। ‘ସମଗ୍ର ଦେଶରେ ତୂରୀ ବଜାଅ’ ଓ ଉଚ୍ଚସ୍ୱରରେ ଚିତ୍କାର କର, ‘ତୁମ୍ଭେମାନେ ଏକତ୍ରିତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।’


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପରେ ଗୋଟିଏ ବିପଦ ସଙ୍କେତ କରି ପାଟି କର। ସମଗ୍ର ଦେଶବାସୀ ଭୟରେ କମ୍ପିତ ହେବ। ସଦାପ୍ରଭୁଙ୍କର ବିଶେଷ ଦିନ ଆସୁଛି। ସେହି ବିଶେଷ ଦିନଟି ଅତି ସନ୍ନିକଟ।


Swiv nou:

Piblisite


Piblisite