ଗଣନା ପୁସ୍ତକ 10:29 - ପବିତ୍ର ବାଇବଲ29 ତା'ପରେ ମୋଶା ଆପଣା ଶ୍ୱଶୁର ମିଦିୟନୀୟ ରୂୟେଲର ପୁତ୍ର ହୋବବକୁ କହିଲେ, “ଆମ୍ଭେମାନେ ସେହି ସ୍ଥାନକୁ ଯାଉଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦେବେ, ଆମ୍ଭମାନଙ୍କ ସାଙ୍ଗରେ ଆସ। ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା। କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)29 ଅନନ୍ତର ମୋଶା ଆପଣା ଶ୍ଵଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି। Gade chapit laଓଡିଆ ବାଇବେଲ29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବ୍କୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ‘ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା,’ ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ କଥା କହିଅଛନ୍ତି।” Gade chapit la |
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁଗ୍ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।