Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:16 - ପବିତ୍ର ବାଇବଲ

16 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି ସେମାନଙ୍କୁ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।

Gade chapit la Kopi

ଓଡିଆ ବାଇବେଲ

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।

Gade chapit la Kopi




ଗଣନା ପୁସ୍ତକ 11:16
14 Referans Kwoze  

ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ।


ମୋଶା, ହାରୋଣ, ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ପର୍ବତ ଆରୋହଣ କଲେ।


“ସଦାପ୍ରଭୁ ତୁମ୍ଭମାନଙ୍କର ଦ୍ୱାରା ଦତ୍ତ ସମସ୍ତ ସହର ପାଇଁ ବିଗ୍ଭରକର୍ତ୍ତା ଓ ଅଧିକାରୀମାନଙ୍କୁ ବାଛିବା ଉଚିତ୍। ପ୍ରତ୍ୟେକ ଗୋଷ୍ଠୀୟ ଏପରି କରିବା ଉଚିତ୍। ଏବଂ ସେହି ଲୋକମାନେ ସେମାନଙ୍କୁ ଶାସନ କରିବେ ଓ ନ୍ୟାୟ ସୁରକ୍ଷିତ କରିବେ।


“ତେଣୁ ମୁଁ ତୁମ୍ଭମାନଙ୍କ ଗୋଷ୍ଠୀ ସମୂହ ମଧ୍ୟରୁ ଜ୍ଞାନି ଓ ଅଭିଜ୍ଞ ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତାରୂପେ ନିଯୁକ୍ତି କଲି। ଏହିରୂପେ ତୁମ୍ଭମାନଙ୍କ ଉପରେ ସହସ୍ରପତି, ଶତପତି, ପଞ୍ଚାଶତପତି, ଦଶପତିମାନଙ୍କୁ ନିଯୁକ୍ତି କଲି, ଏବଂ ପ୍ରତ୍ୟେକ ଗୋଷ୍ଠୀ ପାଇଁ ଅଧ୍ୟକ୍ଷମାନଙ୍କୁ ମଧ୍ୟ ନିଯୁକ୍ତି ଦେଲି।


ଯୋଷେଫଙ୍କର ଦୁଇଟି ପୁତ୍ର ମିଶରରେ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଏହିପରି ଭାବରେ ମୋଟ ସତୁରି ଜଣ ଯାକୁବଙ୍କ ପରିବାର ମିଶରରେ ବାସ କରୁଥିଲେ।


ଯେତେବେଳେ ବାସ୍ତରି ଜଣ ସେମାନଙ୍କ ଭ୍ରମଣରୁ ଫେରି ଆସିଲେ, ସେମାନେ ବହୁତ ଖୁସୀ ଥିଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭେମାନେ ଯେତେବେଳେ ଆପଣଙ୍କ ନାମ ନେଇ ଆଜ୍ଞା ଦେଲୁ, ସେତେବେଳେ ଏପରିକି ଭୂତମାନେ ମଧ୍ୟ ଆମ୍ଭମାନଙ୍କ କଥା ମାନିଲେ।”


ଏହା ପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ଯିବାର ଯୋଜନା ଥିଲା, ସେହି ନଗର ଓ ସ୍ଥାନମାନଙ୍କୁ ସେ ସେମାନଙ୍କୁ ଦୁଇ ଦୁଇଜଣ ହିସାବରେ ନିଜେ ଯିବା ଆଗରୁ ପଠାଇଦେଲେ।


ପୁଣି ସେ ସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କ ମଧ୍ୟସ୍ଥାନରେ ଶାଫନର ପୁତ୍ର ଯାସନିୟ ଠିଆ ହୋଇଅଛି। ପ୍ରତ୍ୟେକ ଲୋକ ନିଜ ନିଜ ଧୂପଦାନୀ ହସ୍ତରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।


ତେଣୁ ମୋଶା ଏବଂ ହାରୋଣ ଏକତ୍ର ଯାଇ ଇସ୍ରାଏଲର ପ୍ରାଚୀନବର୍ଗମାନଙ୍କୁ ଏକତ୍ରିତ କଲେ।


ତୁମ୍ଭମାନଙ୍କର ପ୍ରାଚୀନବର୍ଗମାନଙ୍କୁ ଓ ପରିବାରବର୍ଗମାନଙ୍କୁ ମୋ’ ନିକଟରେ ଏକତ୍ର କର। ମୁଁ ସେମାନଙ୍କୁ ଏହି କଥାମାନ କହିବି। ସ୍ୱର୍ଗ ଓ ପୃଥିବୀ ମୋର ସାକ୍ଷୀ ହେବେ।


ପୁଣି ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ରପତି, ଶତପତି, ପଞ୍ଚାଶ‌ତ୍‌ପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ତେବେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ଛିଡ଼ା କରାଇଲେ।


ସଦାପ୍ରଭୁ ମୋତେ କହିଲେ, “ଯାଅ ଏବଂ କୁମ୍ଭକାର ପାଖରୁ ଏକ ମୃତ୍ତିକା ପାତ୍ର କିଣ।”


ମୋଶା ଉଠି ଦାଥନ ଓ ଅବୀରାମ ନିକଟକୁ ଗଲେ। ଇସ୍ରାଏଲର ନେତୃବର୍ଗ ସେମାନଙ୍କୁ ଅନୁସରଣ କଲେ।


Swiv nou:

Piblisite


Piblisite