Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 13:21 - ପବିତ୍ର ବାଇବଲ

21 ତେଣୁ ସେମାନେ ସୀନ ମରୁଭୂମିରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଣୁ ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ହମାତରପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।

Gade chapit la Kopi

ଓଡିଆ ବାଇବେଲ

21 ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଣୁ ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନସ୍ଥିତ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।

Gade chapit la Kopi




ଗଣନା ପୁସ୍ତକ 13:21
15 Referans Kwoze  

ସେମାନେ ଇ‌ତ୍‌ସିୟୋନ-ଗେବରରୁ ଯାତ୍ରା କଲେ ଓ ସିନ୍ ମରୁଭୂମିରେ କାଦେଶଠାରେ ଛାଉଣି ସ୍ଥାପନ କଲେ।


ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସେମାନେ କାଦେଶରେ ବାସ କଲେ। ମରିୟମ ସେହି ସ୍ଥାନରେ ମୃତ୍ୟୁବରଣ କଲେ ଓ ତାଙ୍କୁ ସେଠାରେ କବର ଦିଆଗଲା।


ମନେପକାଅ, ଯେତେବେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କ୍ରୋଧିତ ହେଲେ, ତୁମ୍ଭେ ଓ ହାରୋଣ ମୋର ଆଜ୍ଞା ଅମାନ୍ୟ କଲ। ତୁମ୍ଭେମାନେ ମୋର ପବିତ୍ରତାକୁ ଲୋକଙ୍କ ସମ୍ମୁଖରେ ସମ୍ମାନ କଲ ନାହିଁ।” (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧ୍ୟରେ ଘଟଣା କ୍ରମେ ହେବ।)


ଯିହୁଦା ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ପରିବାରବର୍ଗନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସିନ୍ ମରୁଭୂମିର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତ ଭାଗରେ ଥିଲା।


ତୁମ୍ଭେ ଏପର୍ଯ୍ୟନ୍ତ ଗିବଲିୟମାନଙ୍କ ଦେଶକୁ ପରାସ୍ତ କରି ନାହଁ। ଏବଂ ହର୍ମୋଣ ପର୍ବତର ତଳସ୍ଥିତ ବା‌ଲ୍‌ଗା‌ଦ୍‌ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ପୂର୍ବ ଦିଗସ୍ଥ ସମସ୍ତ ଲିବାନୋନ୍। ଏମାନଙ୍କୁ ପରାସ୍ତ କରିବ।


ଯାଅ କଲନୀକୁ ଦେଖ, ସେହି ସ୍ଥାନରୁ ମହାନ ନଗର ହମାତକୁ ଯାଅ। ତା'ପରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ। ସେହିସବୁ କି ଏହି ରାଜ୍ୟଗୁଡ଼ିକ ଅପେକ୍ଷା ଭଲ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ରାଜ୍ୟ ଅପେକ୍ଷା ବଡ଼।


ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦେଷର ସମସ୍ତ ସୈନ୍ୟମାନଙ୍କୁ ପରାସ୍ତ କରିଛନ୍ତି।


କାରଣ ତୁମ୍ଭେମାନେ ଉଭୟେ ସେଠାରେ ମୋ’ ବିରୁଦ୍ଧରେ ପାପ କରି ଥିଲ। ସିନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଜଳ ନିକଟରେ ଥିଲ। ସେଠାରେ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ସମ୍ମୁଖରେ ମୋ’ ବିରୁଦ୍ଧରେ ପାପ କରିଥିଲ। ମୁଁ ପବିତ୍ର ବୋଲି ତୁମ୍ଭେ ମୋତେ ସମ୍ମାନ କରି ନ ଥିଲ।


ଏହା ପରେ ସେମାନେ ସେହି ପର୍ବତମୟ ଦେଶକୁ ଗଲେ ଓ ଇଷ୍କୋଲ ଉପତ୍ୟକାରେ ପହଞ୍ଚିଲେ ଏବଂ ସେହି ଦେଶରେ ଗୁପ୍ତ ଦୃଷ୍ଟି ରଖିଲେ।


ଦମ୍ମେଶକ ପାଇଁ ଏହି ବାର୍ତ୍ତା, “ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି। ସେମାନେ ନିରୁତ୍ସାହିତ ହୋଇଅଛନ୍ତି, ସେମାନେ ସମୁଦ୍ରପରି ଅସ୍ଥିର, ସେମାନେ ନୀରବ ରହି ପାରିବେ ନାହିଁ।


ତା'ପରେ ସେମାନେ ଧରିଥିବା ରାଜାଙ୍କୁ ହମାତ୍ ଦେଶସ୍ଥ ରି‌‌‌ବ୍‌‌‌ଲାକୁ ନେଇଗଲେ। ତା'ପରେ ସେଠାରେ ରାଜା ତା’ ଉପରେ ଦଣ୍ଡ ବିଧାନ କଲେ।


ହମାତ୍, ବରୋଥା, ଦମ୍ମେଶକ ଓ ହମାତର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହ‌‌ତ୍‌‌ତ୍ସର ହତ୍ତୀକୋନ୍।


ହୋରଠାରୁ ଏହି ସୀମା ଆରମ୍ଭ ହୋଇ ହମାତ ପର୍ଯ୍ୟନ୍ତ ବିସ୍ତୃତ ହୋଇ ସଦାଦ୍ ନିକଟରେ ଶେଷ ହେବ।


ପୁଣି ତାଙ୍କର କେହି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରୁ ଦୂର ଥିଲା, ସେମାନଙ୍କର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନ ଥିଲା। ଲୟିଶ ବୈ‌ଥ୍‌ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହା ପରେ ସେମାନେ ନୂତନ ନଗର ନିର୍ମାଣ କରି ସେଠାରେ ବାସ କଲେ।


Swiv nou:

Piblisite


Piblisite