ଗଣନା ପୁସ୍ତକ 14:18 - ପବିତ୍ର ବାଇବଲ18 ‘ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧୀ ଓ ବ୍ୟବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦେଇଥା’ନ୍ତି।’ Gade chapit laପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତା; ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା। Gade chapit laଓଡିଆ ବାଇବେଲ18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ‘ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞା-ଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।’ Gade chapit la |
ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।
“ତେଣୁ ମନେରଖ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର କେବଳ ଏକମାତ୍ର ପରମେଶ୍ୱର ଅଟନ୍ତି। ସେ ବିଶ୍ୱସ୍ତ ଅଟନ୍ତି। ସେ ତାଙ୍କର ନିୟମ ରକ୍ଷା କରନ୍ତି। ଯେଉଁମାନେ ତାଙ୍କୁ ପ୍ରେମ କରନ୍ତି ଓ ତାଙ୍କର ଆଜ୍ଞା ମାନନ୍ତି, ସଦାପ୍ରଭୁ ସେମାନଙ୍କ ଉପରେ କୃପା କରନ୍ତି। ଲୋକମାନଙ୍କ ପ୍ରତି ତାଙ୍କର କରୁଣା ଓ ତାଙ୍କର ଚୁକ୍ତି ପ୍ରତି ବିଶ୍ୱସନୀୟତା ସହସ୍ର ପୁରୁଷ ପର୍ଯ୍ୟନ୍ତ ଲାଗିରହେ।
ସେମାନେ ନିୟମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସେମାନେ, ସେମାନଙ୍କ ପାଇଁ କରିଥିବା ଆଶ୍ଚର୍ଯ୍ୟ କର୍ମମାନ ମନେ ରଖିଲେ ନାହିଁ। ସେମାନେ ଜିଦ୍ଖୋର ଥିଲେ। ଦାସତ୍ୱ ଅବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତି କଲେ। “ତଥାପି ତୁମ୍ଭେ ସେମାନଙ୍କୁ କ୍ଷମା କରିବାକୁ ଉଦ୍ୟତ, କୃପାମୟ, ସ୍ନେହଶୀଳ, କ୍ରୋଧରେ ଧିର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ। ଏଣୁ ତୁମ୍ଭେ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।