Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:27 - ପବିତ୍ର ବାଇବଲ

27 “ମୋ’ ବିରୁଦ୍ଧରେ ଅଭିଯୋଗ କରାଯାଉଛି, ମୁଁ କେତେକାଳ ସହିବି ଏହି ଦୁଷ୍ଟ ଲୋକମାନଙ୍କ ନିମନ୍ତେ? ଇସ୍ରାଏଲର ଲୋକମାନେ ଯେଉଁ ଅଭିଯୋଗ କରୁଛନ୍ତି ତାହା ମୁଁ ଶୁଣିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଶୁଣିଲୁ।

Gade chapit la Kopi

ଓଡିଆ ବାଇବେଲ

27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା ? ଇସ୍ରାଏଲ ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 “ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।

Gade chapit la Kopi




ଗଣନା ପୁସ୍ତକ 14:27
11 Referans Kwoze  

“ଆମ୍ଭେ ଇସ୍ରାଏଲର ଅଭିଯୋଗ ଶୁଣିଅଛୁ। ତେଣୁ ସେମାନଙ୍କୁ କୁହ, ‘ଆଜି ରାତିରେ ତୁମ୍ଭେମାନେ ମାଂସ ଭକ୍ଷ୍ୟଣ କରିବ। ଏବଂ ପ୍ରଭାତରେ ତୁମ୍ଭର ଆବଶ୍ୟକ ପରିମାଣର ରୋଟୀ ଖାଇବ। ଏଥିରେ ତୁମ୍ଭେମାନେ ଜାଣି ପାରିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।’”


ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ) ଙ୍କ ହାତରେ ମଲେ।


ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।”


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେକାଳ ମୋତେ ପ୍ରତ୍ୟାଖ୍ୟାନ କରିବେ? ଆଉ ସେମାନଙ୍କ ମଧ୍ୟରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସତ୍ତ୍ୱେ, କେତେ ଦିନ ସେମାନେ ମୋତେ ଅବିଶ୍ୱାସ କରିବେ?


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?


ଯୀଶୁ ଶିଷ୍ୟମାନଙ୍କ ପାଖକୁ ଆସି ସେମାନଙ୍କୁ ଛୁଇଁଦେଲେ। ଯୀଶୁ କହିଲେ, “ଠିଆ ହୁଅ। ଭୟ କର ନାହିଁ।”


ଆସନ୍ତାକାଲି ପ୍ରଭାତରେ ତୁମ୍ଭେମାନେ ପରମେଶ୍ୱରଙ୍କର ମହିମା ଦେଖିବ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି, ଯାହା ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେମାନେ କିଏ? ପ୍ରକୃତରେ ତୁମ୍ଭେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ, ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”


ତା'ପରେ ଲୋକମାନେ ସଦାପ୍ରଭୁଙ୍କଠାରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ଏହା ପରେ ମୋଶା ହାରୋଣଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ଲୋକଙ୍କୁ, ‘ସଦାପ୍ରଭୁଙ୍କ ସମ୍ମୁଖରେ ଏକତ୍ରିତ ହେବାକୁ କୁହ। ଯେହେତୁ ସେ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଲେ।”’


ତୁମ୍ଭେମାନେ ଗର୍ବିତ ହୋଇ ମୋ’ ବିରୁଦ୍ଧରେ କହିଅଛ। ତୁମ୍ଭେମାନେ ତାହା ବାରମ୍ବାର କହିଛ, ଆଚ୍ଛା! ମୁଁ ତାହା ଶୁଣିଅଛି।”


Swiv nou:

Piblisite


Piblisite