Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 14:35 - ପବିତ୍ର ବାଇବଲ

35 “ମୁଁ ସଦାପ୍ରଭୁ ଅନନ୍ତର ଏହା କହିଲି, ମୋ’ ବିଷୟରେ ଯେଉଁ ଦୁଷ୍ଟ ମଣ୍ତଳୀ ଏକତ୍ରିତ ହୋଇଅଛନ୍ତି, ତାହା ପ୍ରତି ମୁଁ ନିଶ୍ଚୟ ପ୍ରତିଫଳ କରିବି। ସେମାନେ ଏଠାରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।‌”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଆମ୍ଭେ ସଦାପ୍ରଭୁ ଏହା କହିଲୁ, ଆମ୍ଭ ବିପରୀତରେ ଏକମେଳି ହୋଇଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ଏହି ପ୍ରାନ୍ତରରେ ସେମାନେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।

Gade chapit la Kopi

ଓଡିଆ ବାଇବେଲ

35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।’”

Gade chapit la Kopi




ଗଣନା ପୁସ୍ତକ 14:35
10 Referans Kwoze  

ପରମେଶ୍ୱର ମନୁଷ୍ୟ ନୁହନ୍ତି, ସେ ମିଥ୍ୟା କହିବେ ନାହିଁ। ସେ ମଧ୍ୟ ମନୁଷ୍ୟ ନୁହନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହେବ ନାହିଁ? ନା!


କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।


ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।


କାରଣ ସଦାପ୍ରଭୁ ସେମାନଙ୍କ ବିଷୟରେ କହିଥିଲେ ଯେ, ସେମାନେ ଅବଶ୍ୟ ଏହି ମରୁଭୂମିରେ ମରିବେ। କେବଳ ସେମାନଙ୍କ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।


ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି।


ପରମେଶ୍ୱର ସେମାନଙ୍କର ଦିନଗୁଡ଼ିକୁ ନିଶ୍ୱାସ ପରି ଶୀଘ୍ର ସମାପ୍ତ କଲେ। ସେ ସେମାନଙ୍କର ବର୍ଷଗୁଡ଼ିକୁ ହଠାତ୍ ଦୁର୍ବିପାକରେ ସମାପ୍ତି କଲେ।


ସ୍ୱର୍ଗଦୂତଙ୍କ କଥା ତୁମ୍ଭେମାନେ ମାନ ଏବଂ ତାଙ୍କୁ ଅନୁସରଣ କର। ତାଙ୍କର ବିରୁଦ୍ଧାଚରଣ କର ନାହିଁ। କାରଣ ସେ ତୁମ୍ଭମାନଙ୍କର ଅଧର୍ମକୁ କ୍ଷମା କରିବେ ନାହିଁ। ମୋର ଶକ୍ତି ତାଙ୍କଠାରେ ନିହିତ ଅଛି।


ପୁଣି ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, ମୁଁ ମିଶର ଦେଶର ମରୁଭୂମିରେ ତୁମ୍ଭମାନଙ୍କର ପିତୃପୁରୁଷଗଣର ବିଗ୍ଭର କରିଥିଲି, ମୁଁ ତୁମ୍ଭମାନଙ୍କର ବିଗ୍ଭର କରିବି।”


Swiv nou:

Piblisite


Piblisite