Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:16 - ପବିତ୍ର ବାଇବଲ

16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ମୂଳ ବ୍ୟକ୍ତି ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ବିଧି ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”

Gade chapit la Kopi




ଗଣନା ପୁସ୍ତକ 15:16
8 Referans Kwoze  

ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”


“ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ୟବସ୍ଥା ହେବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


“ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାରପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ୱଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହେବ।”


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


“ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦେଇଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କେହି ଜଣେ ତାହା କରେ ଓ ଭ୍ରାନ୍ତିରେ ପାପ କରେ ତେବେ ସେ ଦୋଷୀ ହୁଏ।


ଇସ୍ରାଏଲର ଲୋକମାନଙ୍କ ନିମନ୍ତେ, ବିଦେଶରେ ଜନ୍ମିତ ବାସିନ୍ଦା ନିମନ୍ତେ ଓ ବିଦେଶୀ ସ୍ଥାୟୀବାସିନ୍ଦାମାନଙ୍କ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଲାଇ ଯାଇପାରିବ।


ଇସ୍ରାଏଲର ସମସ୍ତ ଲୋକମାନେ, ସେମାନଙ୍କ ପ୍ରାଚୀନବର୍ଗ, ନେତୃବର୍ଗ, ସେମାନଙ୍କର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦୁକ ସମ୍ମୁଖରେ ଛିଡ଼ା ହେଲେ। ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଏବଲ ପର୍ବତ ଆଗରେ ଓ ଅର୍ଦ୍ଧେକ ଗରିଷୀମ ପର୍ବତ ଆଗରେ ଛିଡ଼ା ହେଲେ। ସଦାପ୍ରଭୁଙ୍କ ପବିତ୍ର ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସେମାନେ ଠିଆ ହେଲେ। ସେମାନେ ଏପରି କଲେ କାରଣ ସଦାପ୍ରଭୁଙ୍କର ସେବକ ମୋଶା ଇସ୍ରାଏଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦେଇଥିଲେ।


“କେବଳ ଇସ୍ରାଏଲର ଲୋକେ ନୁହନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷୟରେ ଶୁଣିବେ। ସେମାନେ ଏହି ମନ୍ଦିରକୁ ବହୁ ଦୂରରୁ ଆସିବେ ଓ ପ୍ରାର୍ଥନା କରିବେ।


Swiv nou:

Piblisite


Piblisite