Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:3 - ପବିତ୍ର ବାଇବଲ

3 ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ୱେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମବଳି ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;

Gade chapit la Kopi




ଗଣନା ପୁସ୍ତକ 15:3
27 Referans Kwoze  

ଏହା ପରେ ଗୋଟା ମେଷକୁ ଯଜ୍ଞବେଦି ଉପରେ ଦ‌ଗ୍‌ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ହୋମବଳି। ଏହା ସଦାପ୍ରଭୁଙ୍କ ପାଇଁ ସୁବାସିତ ଉପହାର।


ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଦୁଇଟି ଷଣ୍ଢ, ଗୋଟିଏ ଅଣ୍ତିରା ମେଷ ଓ ସାତୋଟି ମେଷଶାବକକୁ ହୋମବଳି ରୂପେ ଉତ୍ସର୍ଗ କରିବା ଉଚିତ୍।


ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି।


“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କୌଣସି ବ୍ୟକ୍ତି ଉତ୍ସର୍ଗୀତ ଲୋକକୁ ସଦାପ୍ରଭୁଙ୍କୁ ଗୋଟିଏ ମହାନ୍ ଉଦ୍ଦେଶ୍ୟରେ ମାନସିକ କରେ, ତେବେ ତା'ର ମୂଲ୍ୟ ଯାଜକ ଦ୍ୱାରା ନିରୂପିତ ହେବ ଓ ସେ ଲୋକଟି ଚିରଦିନ ପାଇଁ ପରମେଶ୍ୱରଙ୍କର ହେବ। ଯଦି ଲୋକମାନେ ସେହି ମାନତ ଲୋକକୁ ଫୋରାଇ ଆଣିବାକୁ ଗ୍ଭହାନ୍ତି ତେବେ ସେମାନେ ନିରୂପିତ ମୂଲ୍ୟ ଦେଇ ଫେରାଇ ଆଣିବେ।


ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।


ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।”


“କେତେକ ଦ୍ରବ୍ୟ ତୁମ୍ଭେମାନେ ଭକ୍ଷ୍ୟଣ କରିବ ନାହିଁ ଯେଉଁଠାରେ ତୁମ୍ଭେମାନେ ବାସ କରିବ, ସେଗୁଡ଼ିକ ହେଲା, ଯଥା: ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ କି ଗୋମେଷାଦିର ପ୍ରଥମଜାତ କିମ୍ବା ତୁମ୍ଭ ମନାସିଲାର ପ୍ରତିଜ୍ଞା ଦ୍ରବ୍ୟ କିଅବା ତୁମ୍ଭ ସ୍ୱେଚ୍ଛାଦତ୍ତ ନୈବେଦ୍ୟ, କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ନିରୂପିତ କରିବେ ସେହି ସ୍ଥାନକୁ ତୁମ୍ଭେମାନେ ମୋର ଆଜ୍ଞା ଅନୁସାରେ ନିଜ ନିଜ ହୋମ ନୈବେଦ୍ୟ ଓ ନିଜ ନିଜ ବଳିଦାନ, ନିଜ ଆୟର ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିଲାର ତୁମ୍ଭମାନଙ୍କର ସକଳ ମନୋନୀତ ମାନତ ଆଣିବ।


ତୁମ୍ଭେମାନେ ସେହି ସ୍ଥାନକୁ ନିଜ ନିଜ ହୋମବଳି ଓ ନିଜ ନିଜ ବଳିଦାନ ଓ ନିଜ ନିଜ ଦଶମାଂଶ ଓ ନିଜ ନିଜ ହସ୍ତର ଉତ୍ତୋଳନୀୟ ଉପହାର ନିଜ ନିଜ ମାନତ ଦ୍ରବ୍ୟ, ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଓ ନିଜ ନିଜ ପଶୁପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବ।


ମୋର ନିର୍ଦ୍ଦେଶ ଅନୁସାରେ ତୁମ୍ଭେମାନେ ସେହି ଶସ୍ୟ ନୈବେଦ୍ୟ ଏକ ପବିତ୍ର ସ୍ଥାନରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦେଲି।


“ମାତ୍ର ଯଦି ସେହି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ୱେଚ୍ଛାଦତ୍ତ ଉପହାର ହୁଏ। ତେବେ ସେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳରେ ଭୋଜନ କରିବ।


ସନ୍ଧ୍ୟା ସମୟରେ ଯେତେବେଳେ ଦ୍ୱିତୀୟ ମେଷ ଶାବକକୁ ଉତ୍ସର୍ଗ କରିବ, ପ୍ରଭାତରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନି ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।


ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରଙ୍କ ହସ୍ତରୁ ଏହି ନୈବେଦ୍ୟ ନେଇ ଯଜ୍ଞବେଦିର ହୋମବଳି ଉପରେ ଦ‌ଗ୍‌ଧ କର। ଏହା ସଦାପ୍ରଭୁଙ୍କ ପାଇଁ ଏକ ସୁବାସିତ ଉପହାର।


ଆମ୍ଭର ଉତ୍ସର୍ଗ ବଳି ପରମେଶ୍ୱରଙ୍କ ପାଇଁ ହେଉଛି ଏହା: ଯେଉଁ ଲୋକମାନେ ଉଦ୍ଧାର ପାଇଛନ୍ତି ଏବଂ ଯେଉଁମାନେ ପାଇ ନାହାନ୍ତି, ସେମାନଙ୍କ ପାଇଁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମଧୁର ସୁଗନ୍ଧି।


ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି ଆମ୍ଭେମାନେ ମୃତ୍ୟୁର ଦୁର୍ଗନ୍ଧ ସ୍ୱରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସେମାନଙ୍କ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ?


ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି। ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।


ସେ ଉତ୍ସର୍ଗ କରିବ, ଏକ ଡାଲା ତାଡ଼ିଶୂନ୍ୟ ରୋଟୀ ଭଲ ମଇଦାରେ, ତେଲ ମିଶାଇ ବନାଇବ ଏବଂ ତାଡ଼ିଶୂନ୍ୟ ସରୁ ପିଠା ତେଲ ତାହା ଉପରେ ଦେଇ ବନା ହେବ। ଓ ତହିଁର ଶସ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ।


ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ବୃଷ, ଅଣ୍ତିରା ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ୟ ଓ ପେୟନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।


Swiv nou:

Piblisite


Piblisite