Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:35 - ପବିତ୍ର ବାଇବଲ

35 ତା'ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟକୁ ଆଇନ ସଙ୍ଗତ ଦଣ୍ତ ଦିଆଯିବ। ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରେ ପଥର ପକାଇ ବଧ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ତଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।

Gade chapit la Kopi

ଓଡିଆ ବାଇବେଲ

35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”

Gade chapit la Kopi




ଗଣନା ପୁସ୍ତକ 15:35
11 Referans Kwoze  

ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ।


ତା'ପରେ ଦୁଇଟି ପାପାଧମ ଲୋକ ଆସି ସେମାନଙ୍କ ସମ୍ମୁଖରେ ସାକ୍ଷୀ ଦେବାକୁ ବସିଲେ। ସେମାନେ ମିଥ୍ୟା ସାକ୍ଷ୍ୟ ଦେଇ କହିଲେ ଯେ, ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଛି। ତହୁଁ ସେମାନେ ନାବୋତକୁ ନଗର ବାହାରକୁ ନେଇ ପଥର ମାରି ବଧ କଲେ।


ତା'ପରେ ନଗରର ବ୍ୟକ୍ତିମାନେ ତାକୁ ପଥର ଫିଙ୍ଗି ହତ୍ୟା କରିବା ଉଚିତ୍। ଏହିପରି ଭାବରେ ତୁମ୍ଭେ ଆପଣା ଭିତରୁ ମନ୍ଦ ଦୂର କରିବା ଉଚିତ୍। ଇସ୍ରାଏଲର ଲୋକମାନେ ଏହା ଶୁଣି ଭୟଭୀତ ହେବେ।


ତା'ପରେ ମୋଶା ଇସ୍ରାଏଲ ସନ୍ତାନଗଣଙ୍କୁ କହିବାରୁ ସେମାନେ ଅଭିଶାପ ଦେଇଥିବା ଲୋକକୁ ଛାଉଣି ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।


“ଆଉ ମଧ୍ୟ ତୁମ୍ଭ ଇସ୍ରାଏଲ ସନ୍ତାନଗଣଙ୍କୁ କହିବ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କେହି ହେଉ କିମ୍ବା ସେମାନଙ୍କ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ୟରୁ କେହି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାକୁ ପଥର ମାରି ହତ୍ୟା କରିବେ।


ଲୋକମାନେ ଉଠି ପଡ଼ିଲେ ଓ ଜୋର୍ ଜବରଦସ୍ତି ଯୀଶୁଙ୍କୁ ନଗର ମଧ୍ୟରୁ ବାହାର କରିଦେଲେ। ସେମାନଙ୍କ ନଗର ଗୋଟିଏ ପାହାଡ଼ ଉପରେ ନିର୍ମିତ ଥିଲା। ସେମାନେ ଯୀଶୁଙ୍କୁ ପାହାଡ଼ର ଧାରକୁ ନେଇଗଲେ। ସେମାନେ ଯୀଶୁଙ୍କୁ ସେଠାରୁ ତଳକୁ ଫିଙ୍ଗି ଦେବାକୁ ଗ୍ଭହୁଁଥିଲେ।


“ଯେଉଁ ପୁରୁଷ ବା ସ୍ତ୍ରୀ ଭୂତୁଡ଼ିଆ ବା ଗୁଣିଆ ହେବ ସେମାନେ ନିଶ୍ଚୟ ହତ ହେବେ। ଲୋକମାନେ ସେମାନଙ୍କୁ ପଥର ଫିଙ୍ଗି ବଧ କରିବେ। ସେମାନେ ନିଶ୍ଚିତ ନିହତ ହେବେ।”


ତେଣୁ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ଫିଙ୍ଗି ହତ୍ୟା କଲେ।


Swiv nou:

Piblisite


Piblisite