Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 15:8 - ପବିତ୍ର ବାଇବଲ

8 “ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଙ୍ଗଳାର୍ଥକ ଉପହାର ନିମନ୍ତେ ଯେବେ ଗୋବତ୍ସ ଉତ୍ସର୍ଗ କର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ,

Gade chapit la Kopi

ଓଡିଆ ବାଇବେଲ

8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,

Gade chapit la Kopi




ଗଣନା ପୁସ୍ତକ 15:8
10 Referans Kwoze  

“ଯେବେ କୌଣସି ବ୍ୟକ୍ତି ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କରୁଥାଏ, ତେବେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।


“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।


ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।


ତହୁଁ ହାରୋଣର ପୁତ୍ରଗଣ ଯଜ୍ଞବେଦିରେ ଏହିସବୁ ସହିତ ଅଗ୍ନିକାଠରେ ଥିବା ହୋମବଳିକୁ ଦ‌‌‌‌ଗ୍‌‌‌‌ଧ କରିବେ। ତାହା ସଦାପ୍ରଭୁଙ୍କ ନିମନ୍ତେ ସୁବାସିତ ନୈବେଦ୍ୟ ଅଟେ।


“ମାତ୍ର କୌଣସି ଲୋକ ମାନସିକ ସିଦ୍ଧି ନିମନ୍ତେ ଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ପଶୁ ହେବ ଓ ତାହାଠାରେ କୌଣସି ଖୁଣ ନ ଥିବ।


“ତା'ପରେ ସେମାନେ ଏକ ଗୋବତ୍ସ ଓ ତା’ ସହିତ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ଆଣନ୍ତୁ।


ପୁଣି ତୁମ୍ଭେ ପେୟନୈବେଦ୍ୟ ନିମନ୍ତେ ହିନର ଏକ ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ। ଏହିସବୁ ସଦାପ୍ରଭୁଙ୍କ ମଙ୍ଗଳାର୍ଥକ ଉପହାର ନିମନ୍ତେ।


ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଶସ୍ୟ ନୈବେଦ୍ୟ ଆଣିବା ଉଚିତ୍।


ଯଦି ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟନୈବେଦ୍ୟ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।


Swiv nou:

Piblisite


Piblisite