Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 16:3 - ପବିତ୍ର ବାଇବଲ

3 ସେମାନେ ଏକତ୍ର ହୋଇ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ କହିଲେ, “ତୁମ୍ଭେମାନେ ନିଜକୁ ବହୁତ ଗୁରୁତର ଦେଖାଇଲ। ମଣ୍ତଳୀର ପ୍ରତ୍ୟେକ ବ୍ୟକ୍ତି ପବିତ୍ର ଓ ସଦାପ୍ରଭୁ ସେମାନଙ୍କ ମଧ୍ୟରେ ବାସ କରୁଛନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କ ମଣ୍ତଳୀ ଉପରେ କାହିଁକି ପ୍ରଭୁତ୍ୱ ଦେଖାଉଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ତଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, କିହେତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”

Gade chapit la Kopi




ଗଣନା ପୁସ୍ତକ 16:3
20 Referans Kwoze  

ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।


ପୁଣି ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ, ସେମାନେ ଶୁଣିଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟରେ ଅଛନ୍ତି, କାରଣ ତୁମ୍ଭେ ସେମାନଙ୍କୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।


ମୋ’ ପାଇଁ ତୁମ୍ଭେମାନେ ଯାଜକମାନଙ୍କର ଏକ ରାଜ୍ୟ ଏବଂ ପବିତ୍ର ରାଷ୍ଟ୍ର ହେବ।’ ମୋଶା, ଏହି ସମସ୍ତ କଥା ତୁମ୍ଭେ ଇସ୍ରାଏଲୀୟମାନଙ୍କୁ କୁହ।”


କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।”


ସ୍ତିଫାନ କହିଲେ, “ହେ ଯିହୂଦୀ ଲୋକମାନେ, ତୁମ୍ଭେମାନେ କେଡ଼େ ଜି‌ଦ୍‌ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ୱରଙ୍କର ନୁହେଁ। ତୁମ୍ଭେମାନେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କର ବିରୋଧ କରିଛ। ତୁମ୍ଭେମାନେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।


“କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସେମାନେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫେରି ଯିବା ପାଇଁ ଇଚ୍ଛା କଲେ।


ପରମେଶ୍ୱରଙ୍କର ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।


ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ୟଦେଶରେ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”


ତୁମ୍ଭେମାନେ ଯେଉଁ ଦେଶରେ ଅଛ, ମୁଁ ସେଠାରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ୱୟଂ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବାସ କରୁଅଛି।”


ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଇଅଛ। ହାରୋଣ କିଛି ଅବିଧି କରି ନାହାନ୍ତି। ମାତ୍ର ତୁମ୍ଭେମାନେ ତାଙ୍କର ବିପକ୍ଷରେ ଅଭିଯୋଗ କରିଅଛ।”


ପୁରୁଷ ବା ସ୍ତ୍ରୀ ଯିଏ ହେଉନା କାହିଁକି ଛାଉଣିର ବାହାରେ ତୁମ୍ଭେ ସେମାନଙ୍କୁ ରଖିବ। ଯଦ୍ଦ୍ୱାରା ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି କରିବେ ନାହିଁ।”


ତା’ ପରଦିନ ଇସ୍ରାଏଲ ସମସ୍ତ ଲୋକମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କରି କହିଲେ ଯେ, “ସେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ହତ୍ୟା କଲେ।”


ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇସ୍ରାଏଲ ମଧ୍ୟରେ ପାପ ଦେଖି ନାହାନ୍ତି। ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କ ରାଜାଙ୍କର ଜୟଧ୍ୱନୀ ସେମାନଙ୍କ ମଧ୍ୟରେ ଥିଲା।


Swiv nou:

Piblisite


Piblisite