ଗଣନା ପୁସ୍ତକ 16:5 - ପବିତ୍ର ବାଇବଲ5 ତା'ପରେ ମୋଶା କୋରହକୁ ଓ ତାଙ୍କର ସମସ୍ତ ଅନୁଗାମୀମାନଙ୍କୁ କହିଲେ, “ସଦାପ୍ରଭୁ କାଲି ଦେଖାଇବେ, କିଏ ପ୍ରକୃତରେ ତାଙ୍କ ଲୋକ ଓ କିଏ ପ୍ରକୃତରେ ପବିତ୍ର। ଆଉ ସେ ତାକୁ ନିଜ ପାଖକୁ ଆଣିବେ, ଯାହାକୁ ସେ ପସନ୍ଦ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି ସେ ତାହାକୁ ଆପଣା ନିକଟକୁ ଅଣାଇବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଅଣାଇବେ। Gade chapit laଓଡିଆ ବାଇବେଲ5 ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ। Gade chapit la |
ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।
ପୁଣି ସଦାପ୍ରଭୁ କହନ୍ତି, “ପୁଣି ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଭୟ ଦେବା ପାଇଁ ଆସିବା ପରି ଆମ୍ଭେ ସେମାନଙ୍କୁ ହଠାତ୍, ସେମାନଙ୍କ ଦେଶରୁ ତଡ଼ିଦେବା। କାହାକୁ ଆମ୍ଭେ ଏଠାରେ ନିଯୁକ୍ତ କରିବା, କାରଣ ମୋ’ ପରି କେହି ନୁହନ୍ତି? ସେଠାରେ ଆମ୍ଭକୁ ପ୍ରତିରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?”