Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 17:3 - ପବିତ୍ର ବାଇବଲ

3 ପୁଣି ତୁମ୍ଭେ ଲେବୀର ଆଶାବାଡ଼ିରେ ହାରୋଣର ନାମ ଲେଖିବ। କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଆଶାବାଡ଼ି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।

Gade chapit la Kopi




ଗଣନା ପୁସ୍ତକ 17:3
10 Referans Kwoze  

କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଯଜ୍ଞବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ପବିତ୍ର ସ୍ଥାନରେ ଯାଜକତ୍ୱ ପାଳନ କରିବ ଓ ସେବା କରିବ, ଆମ୍ଭେ ଆମ୍ଭର ଦାନଜନିତ ସେବାରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ। ଯଦି କେହି ଅଜଣା ବ୍ୟକ୍ତି ମୋର ପବିତ୍ର ସ୍ଥାନ ନିକଟକୁ ଆସେ, ତାକୁ ହତ୍ୟା କରାଯିବ।”


ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ର ସ୍ଥାନ ପାଇଁ ଦାୟୀ ରହିବ। ପୁଣି ଯାଜକତ୍ୱର କର୍ତ୍ତବ୍ୟ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାୟୀ ରହିବେ।


ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ୍ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକେବଦ। ଏଣୁ ଅମ୍ରମ୍ ଆଉ ଯୋକେବଦ ହାରୋଣ ଓ ମୋଶାଙ୍କୁ ଜନ୍ମ ଦେଲେ।


ଲେବୀ 137 ବର୍ଷ ବଞ୍ଚିଥିଲେ। ଲେବୀଙ୍କର ସନ୍ତାନମାନେ ଥିଲେ, ଗେର୍ଶୋନ୍, କହାତ୍ ଓ ମରାରି।


“ଇସ୍ରାଏଲର ଲୋକମାନଙ୍କୁ କୁହ, ପ୍ରତ୍ୟେକ ପରିବାର ପାଇଁ ସେମାନଙ୍କ ପରିବାରବର୍ଗର ନେତୃବର୍ଗଙ୍କଠାରୁ ଗୋଟିଏ ଗୋଟିଏ ଆଶାବାଡ଼ି ନିଅନ୍ତୁ। ସେହି ଆଶାବାଡ଼ି ଉପରେ ସେହି ବ୍ୟକ୍ତିର ନାମ ଲେଖ।


ସମାଗମ-ତମ୍ବୁର ପବିତ୍ର ସିନ୍ଦୁକ ସମ୍ମୁଖରେ ଏହିସବୁ ଆଶାବାଡ଼ି ସେହିଠାରେ ରଖ, ଯେଉଁ ସ୍ଥାନରେ ମୁଁ ତୁମ୍ଭ ସହିତ ଦେଖା କରେ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଖଣ୍ଡେ ଆଶାବାଡ଼ି ନେଇ ତହିଁ ଉପରେ ଏହି କଥା ଲେଖ, ‘ଏହି ଆଶାବାଡ଼ି ଯିହୁଦା ଓ ତାହାର ସାଙ୍ଗଗଣ ଇସ୍ରାଏଲର ଲୋକମାନଙ୍କୁ ଦର୍ଶାଏ;’ ତା'ପରେ ଆଉ ଖଣ୍ଡେ ଆଶାବାଡ଼ି ନେଇ ତାହା ଉପରେ ଏହି କଥା ଲେଖ, ‘ଏହି ଆଶାବାଡ଼ି ଇଫ୍ରୟିମର, ଇସ୍ରାଏଲ ବଂଶ ଯୋଷେଫ ଓ ତା'ର ସାଙ୍ଗମାନଙ୍କୁ ଦର୍ଶାଏ।’


ସେତେବେଳେ ପୃଥିବୀ ସେମାନଙ୍କୁ ଓ କୋରହକୁ ସମ୍ପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ପରେ ସେମାନେ ନଷ୍ଟ ହେଲେ। ପୁଣି ଅଗ୍ନି 250 ଲୋକଙ୍କୁ ସମ୍ପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ଏକ ସଙ୍କେତ ଚିହ୍ନ ସ୍ୱରୂପ ଥିଲା।


ପୁଣି ତୁମ୍ଭେମାନେ ନିଜ ନିଜ ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା ପାଳନ କରିବୁ।’


Swiv nou:

Piblisite


Piblisite